Posted inଖେଳ

ରାମକୁମାର-ମାଇନେନିଙ୍କୁ ରୌପ୍ୟ

ହାଙ୍ଗଝୋ, ୩୦।୯(ପି.ଟି.): ଏସିଆନ ଗେମ୍ସର ପୁରୁଷ ଡବଲ୍ସ ଟେନିସରେ ଭାରତର ରାମକୁମାର ରମାନାଥନ ଓ ସାକେଥ ମାଇନେନି ରୌପ୍ୟ ପଦକ ହାସଲ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଏହି ଭାରତୀୟ ଯୋଡ଼ି ଚାଇନିଜ ତାଇପେର ସୁ ୟୁ-ସିଉ ଓ ଜାସନ ଜଙ୍ଗଙ୍କଠାରୁ ହାରି ଯାଇଛନ୍ତି। ତେବେ ଟେନିସ କୋର୍ଟରୁ ଭାରତର ସ୍ବର୍ଣ୍ଣ ଆଶା ଉଜ୍ଜୀବିତ ରହିଛି। ମିକ୍ସଡ ଡବଲ୍ସରେ ରୋହନ ବୋପାନ୍ନା ଓ ଋତୁଜା ଭୋସାଲେ ଫାଇନାଲରେ ପ୍ରବେଶ କରିଛନ୍ତି। ତାଇପେ ଯୋଡ଼ି ଅଣସିଡେଡ ଭାବେ ଖେଳିଥିଲେ ହେଁ ଉଭୟ ସୁ (୧୮୨) ଓ ଜଙ୍ଗ୍‌ (୨୩୧) ଉନ୍ନତ ର଼୍ୟାଙ୍କ୍‌ପ୍ରାପ୍ତ ସିଙ୍ଗଲ୍ସ ଖେଳାଳି। ଉଭୟ ଟାଇଟଲ ପର୍ଯ୍ୟାୟରେ ଚମତ୍କାର ଗ୍ରାଉଣ୍ଡ ଷ୍ଟ୍ରୋକ୍‌ ଖେଳି ଭାରତୀୟ ଯୋଡ଼ିଙ୍କୁ ୬-୪, ୬-୪ ସେଟ୍‌ରେ ପରାସ୍ତ କରିଥିଲେ। ରାମକୁମାରଙ୍କ ପାଇଁ ଏହାଥିଲା ପ୍ରଥମ ଏସିଆନ ଗେମ୍ସ ପଦକ। ଅନ୍ୟପକ୍ଷରେ ମାଇନେନି ତୃତୀୟ ପଦକ ହାସଲ କରିଛନ୍ତି। ସେ ୨୦୧୪ ଇଞ୍ଚତ୍ଅନ ଏସିଆନ ଗେମ୍ସରେ ସନମ ସିଂଙ୍କୁ ସାଥିକରି ପୁରୁଷ ଡବଲ୍ସରେ ରୌପ୍ୟ ଓ ସାନିଆ ମିର୍ଜାଙ୍କୁ ପାର୍ଟନର କରି ମିକ୍ସଡ ଡବଲ୍ସରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଏଠାରେ ଶୁକ୍ରବାର ଅନୁଷ୍ଠିତ ମିକ୍ସଡ ଡବଲ୍ସ ସେମିଫାଇନାଲରେ ବୋପାନ୍ନା-ଋତୁଜା ଯୋଡ଼ି ଚାଇନିଜ୍‌ ତାଇପେର ଚାନ୍‌ ହାଓ-ଚିଙ୍ଗ୍‌ ଓ ୟୁ-ସିଉ ସୁଙ୍କୁ ୬-୧, ୩-୬, ୧୦-୪ରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri