ସ୍ତ୍ରୀଙ୍କ ସହ ଝିଅପୁଅଙ୍କୁ ବିଭତ୍ସ ଭାବେ ହତ୍ୟା ମାମଲା: ଆଜୀବନ କାରାଦଣ୍ଡରେ ଦଣ୍ଡିତ ହେଲେ ସୀମାଞ୍ଚଳ

ଭଞ୍ଜନଗର, ୨୮।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡଗଡ ଥାନା ଅନ୍ତର୍ଗତ ବେଲପଡା ଗ୍ରାମରେ ୨୦୧୨ ମସିହାରେ ଘଟିଥିବା ବହୁଚର୍ଚ୍ଚିତ ସ୍ତ୍ରୀ, ନାବାଳିକା ଝିଅ, ନାବାଳକ ପୁତ୍ର ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ଦେବବ୍ରତ ପଟ୍ଟନାୟକ ୨୪ ଜଣ ସାକ୍ଷୀଙ୍କ ବୟାନ ଏବଂ ବିଭିନ୍ନ ପ୍ରମାଣ ପତ୍ରକୁ ଆଧାର କରି ଅଭିଯୁକ୍ତ ସୀମାଞ୍ଚଳ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ପକାଇଛନ୍ତି। ଜରିମାନା ଅର୍ଥ ଅନାଦେୟ ଅଧିକ ଏକ ବର୍ଷ କାରାଦଣ୍ଡ ଭୋଗିବାକୁ ଏଡିଜେ ତାଙ୍କ ରାୟରେ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଅଭିଯୁକ୍ତ ସୀମାଞ୍ଚଳ ଏବଂ ସ୍ତ୍ରୀ ଲକ୍ଷ୍ମୀ ନାୟକ ମଧ୍ୟରେ କୌଣସି କାରଣରୁ ପାରିବାରିକ ବିବାଦ ଲାଗି ରହିଥିଲା। ଏହିଭଳି ପରିସ୍ଥିତିରେ ସୀମାଞ୍ଚଳ ୨୦୧୨ ମସିହା ଫେବୃଆରୀ ମାସ ୧୭ ତାରିଖ ରାତିରେ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ (୩୩), ଝିଅ ଶିବାନୀ (୧୨) ଓ ପୁଅ ଦୀପକ (୯)ଙ୍କୁ ଖଣ୍ଡାରେ ହତ୍ୟା କରିଥିଲେ। ସ୍ତ୍ରୀ, ଝିଅ ଓ ପୁଅର ବେକକୁ କାଟିବା ସହ ଝିଅର ବାମ ହାତଟିକୁ କାଟି ଅତ୍ୟନ୍ତ ଅମାନୁଷିକ ଭାବେ ହତ୍ୟା କରିଥିଲେ। ସ୍ତ୍ରୀ ଉପରେ ରାଗ ଶୁଝାଇବାକୁ ଯାଇ ନିରୀହ ଝିଅପୁଅକୁ ମଧ୍ୟ ସୀମାଞ୍ଚଳ ହତ୍ୟା କରିଥିଲେ। ଏହାପରେ ସେ ଘର ସମ୍ମୁଖରେ ବସି କାନ୍ଦିଥିଲେ। ଘଟଣା ପରଦିନ ସକାଳେ ଉକ୍ତ ଗ୍ରାମର ସୁକୁଟା ଗୌଡ ଗାଁ ଦାଣ୍ଡରେ ଯାଉଥିବା ବେଳେ ସୀମାଞ୍ଚଳ ତାଙ୍କୁ ଡାକି ଘଟଣା ସମ୍ପର୍କରେ କହିବା ସହ ମୋତେ ମଧ୍ୟ ହାଣିଦିଅ ବୋଲି କହିଥିଲେ। ଏହି ଘଟଣା ନେଇ ସୁକୁଟା ବଡଗଡ଼ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ସେ ସମୟରେ ୧୨/୧୨ ରେ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ସୀମାଞ୍ଚଳଙ୍କୁ ଗିରଫ କରିଥିଲେ। ଘଟଣା ପରଠାରୁ ସୀମାଞ୍ଚଳ ଭଞ୍ଜନଗର ସତନ୍ତ୍ର ଉପ କାରାଗାରରେ ବନ୍ଦୀ ଥିବା ବେଳେ ବୁଧବାର ଉକ୍ତ ମାମଲାର ରାୟ ପ୍ରକାଶ ପାଇଛି। ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଏମ୍‌ ତାଜ ଆଦେନୀ ଏବଂ ମୁଦାଲାଙ୍କ ପକ୍ଷରୁ ଏସ୍‌ଡିସି ରମେଶ ଚନ୍ଦ୍ର ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?