ସମସ୍ୟା ଘେରରେ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ସିମନବାଡି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଟି ନାହିଁ ନାହିରେ ଚାଲିଛି। ରୋଗୀଙ୍କୁ ସେବା ଯୋଗାଇବା ପାଇଁ ଡାକ୍ତର, ଫାର୍ମାସିଷ୍ଟ, ଆୟୁଷ ଡାକ୍ତର, ଆଟେଣ୍ଡାଣ୍ଟ ରହିଥିଲେ ସୁଦ୍ଧା ଆରୋଗ୍ୟ କେନ୍ଦ୍ରରେ ଦୈନିକ ଶତାଧିକ ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି। କିନ୍ତୁ ସେମାନଙ୍କୁ ଆବଶ୍ୟକ ଇଞ୍ଜେକ୍ସନ, ସାଲାଇନ ଆଦି ଦେବା ପାଇଁ ଜଣେ ଷ୍ଟାଫ ନର୍ସର ଆବଶ୍ୟକ ଥିବା ବେଳେ ସେହି ପଦବୀ ଖାଲି ପଡ଼ିଛି। ପୂର୍ବରୁ କାର୍ଯ୍ୟ କରୁଥିବା ଷ୍ଟାଫ ନର୍ସଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲେ ସୁଦ୍ଧା ସେହି ସ୍ଥାନରେ କାହାରିକୁ ନିଯୁକ୍ତି ଦିଆଯାଇନି। ଫଳରେ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ଭୋଗୁଛନ୍ତି। ସେହିପରି ସ୍ବାସ୍ଥ୍ୟକେନ୍ଦ୍ରରେ ଜରୁରିକାଳୀନ ସେବା ପାଇଁ ମାତ୍ର ଗୋଟିଏ ରୋଗୀ ଶଯ୍ୟା ରହିଛି। ଫଳରେ ଏକାଧିକ ରୋଗୀଙ୍କ ପାଇଁ ଶଯ୍ୟା ଆବଶ୍ୟକ ପଡିଲେ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡ଼ୁଛି। ସେହିପରି ପରୀକ୍ଷା କେନ୍ଦ୍ର ଅସ୍ଥାୟୀ କୋଠାରେ କରାଯିବା ବ୍ୟବସ୍ଥା କରାଯାଇଥିବା ବେଳେ ଜଣେ ଲ୍ୟାବ କର୍ମଚାରୀଙ୍କୁ ମାତ୍ର ସପ୍ତାହରେ ଦୁଇଦିନ ନିଯୁକ୍ତି ଦିଆଯାଉଛି। ଫଳରେ ଜରୁରୀକାଳୀନ ପରିସ୍ଥିତିରେ ମ୍ୟାଲେରିଆ ଓ ଅନ୍ୟାନ୍ୟ ରୋଗର ଚି଼ହ୍ନଟ ପାଇଁ ଲୋକେ ରକ୍ତ ପରୀକ୍ଷା କରେଇବା ପାଇଁ ଦାରିଙ୍ଗବାଡି, ବାଲିଗୁଡା, ଫୁଲବାଣୀ ଓ ବ୍ରହ୍ମପୁର ଯାଇ ପରୀକ୍ଷା କରି ବହୁ ଖର୍ଚ୍ଚାନ୍ତ ଭୋଗୁଛନ୍ତି। ଆଉ ଗରିବଶ୍ରେଣୀର ଲୋକ ମାନେ ଏହା କରିନପାରି ହଇରାଣ ଭୋଗୁଛନ୍ତି। ସେହିପରି ଆରୋଗ୍ୟ କେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀ, ଡାକ୍ତର ଓ ଆସୁଥିବା ରୋଗୀମାନଙ୍କ ପାଇଁ ଶୌଚାଳୟ ନଥିବାରୁ ବହୁତ ହଟହଟା ହେବାକୁ ପଡୁଛି। ବିଶେଷ କରି ମହିଳା ରୋଗୀ ଓ କର୍ମଚାରୀ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେହିପରି ଉକ୍ତ ଆରୋଗ୍ୟ କେନ୍ଦ୍ର ପରିସର ମଧ୍ୟରେ ୩୩ କେଭି ବିଦ୍ୟୁତ ତାର ଯାଇଥିବାରୁ ଆରୋଗ୍ୟ କେନ୍ଦ୍ରକୁ ଆସୁଥିବା ରୋଗୀ ଓ କେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀମାନେ ନେଇ ଭୟଭୀତ ହେଉଛନ୍ତି। କାରଣ ବହୁ ପୁରାତନ ବିଦ୍ୟୁତ ତାର ହୋଇଥିବାରୁ ଛିଣ୍ଡି ଯିବା ଆଶଙ୍କା ରହିଛି। ସେହିପରି କେନ୍ଦ୍ର ପରିସରରେ ବିଦ୍ୟୁତ ଟ୍ରାନ୍ସଫର୍ମର ମଧ୍ୟ ରହିଥିବାରୁ କୌଣସି ନୂତନ କୋଠା କାର୍ଯ୍ୟ କରାଯାଇପାରୁନଥିବା ଜଣାପଡିଛି। ଏହିସବୁ ସମସ୍ୟା ସମ୍ପର୍କରେ ଅଧିକାରୀ, ଜିଲା ପ୍ରଶାସନକୁ ଜଣାଯାଇଥିଲେ ମଧ୍ୟ କୌଣସି ସମାଧାନ ହୋଇପାରିନଥିବା ଆରୋଗ୍ୟ କେନ୍ଦ୍ରର ଇନଚାର୍ଜ ଡାକ୍ତର ଅବିନାଶ ମଲିକ କହିଛନ୍ତି। ଷ୍ଟାଫ ନର୍ସ ନିଯୁକ୍ତି ନିହାତି ଜରୁରୀ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଏ ନେଇ ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର କହିଛନ୍ତି ଯେ, ଏବେ ୯୬ ଲକ୍ଷ ଟଙ୍କା ବିନିମୟରେ ନୂତନ ସ୍ବାାସ୍ଥ୍ୟକେନ୍ଦ୍ର କୋଠା କରାଯିବା ପାଇଁ ଟେଣ୍ଡର ସରିଛି। ଏକ ସପ୍ତାହ ମଧ୍ୟରେ ଏହି କାର୍ଯ୍ୟ କରାଯିବ ଏବଂ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରସୂତି ଗୃହ ସମେତ ଶୌଚାଳୟର ବ୍ୟବସ୍ଥା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri