Posted inଖେଳ

ସିମରଜିତ ଜିତିଲେ ଗୋଲ୍ଡେନ ଟ୍ରାଙ୍ଗଲ ସାଇକ୍ଲିଂ ଚାମ୍ପିୟନଶିପ୍‌

ଭୁବନେଶ୍ୱର, ୧୩।୨ (କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ ଆଡ୍‌ଭେଞ୍ଚର କ୍ଲବ ଆନୁକୂଲ୍ୟରେ ଗୋଲ୍ଡେନ ଟ୍ରାଙ୍ଗ୍‌ଲ ସାଇକ୍ଲିଂ ଚାମ୍ପିୟନଶିପ୍‌ର ୫ମ ସଂସ୍କରଣ ରବିବାର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ପଞ୍ଜାବର ସିମରଜିତ ସିଂ ୨:୫୪:୧୯ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ସେହି ପଞ୍ଜାବର ସରପ୍ରୀତ ସିଂ (୩:୦୫:୫୪) ଦ୍ୱିତୀୟ ଏବଂ ରାଉରକେଲାର ରୋହିତ ହେମ୍ବ୍ରମ (୩:୦୫:୫୫) ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଚାମ୍ପିୟନ ସିମଜିତଙ୍କୁ ପୁରସ୍କାର ଆକାରରେ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।

ସରପ୍ରୀତ ଓ ରୋହିତଙ୍କୁ ଯଥାକ୍ରମେ ୫୦,୦୦୦ ଓ ୨୫,୦୦୦ ଟଙ୍କା ପୁରସ୍କାର ଆକାରରେ ଦିଆ ଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସାକ୍ଷାତ ପାତ୍ର, ଆର. ହିତଙ୍କର ଦାସ, ଅନିଲ ମଲିକ, ମନଦୀପ କୁମାର, ରୋହିତ ସାମଲ, ସୌମିକ ପୋହି ଓ ପର୍ଶୁରାମ ଚୌଧାରୀ ଯଥାକ୍ରମେ ୪ର୍ଥରୁ ୧୦ମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ଏହାବ୍ୟତୀତ ସମସ୍ତ ଫିନିଶରଙ୍କୁ ପଦକ ଓ ପ୍ରମାଣପତ୍ର ଦିଆଯାଇ ସମ୍ମାନିତ କରାଯାଇଥିଲା। ଧଉଳିସ୍ଥିତ ଅଶୋକ ସ୍ତମ୍ଭ ନିକଟରୁ ସକାଳ ୬ଟା ୩୦ରେ ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସର୍କଲ ମୁଖ୍ୟ ଅନନ୍ତ ପଟ୍ଟନାୟକ ରେସ୍‌ର ଶୁଭାରମ୍ଭ କରିଥିଲେ। ଧଉଳିରୁ ପିପିଲି, ମାଳତୀପାଟପୁର, ବାଟଗାଁ, ମଙ୍ଗଳାଘାଟ ଏବଂ ପୁରୀ ମେରାଇନ୍‌ ଡ୍ରାଇଭ୍‌ ଦେଇ ସମାନ ରାସ୍ତାରେ ପୁଣି ଧଉଳି ନିକଟକୁ ଫେରିଥିଲା।

ଓଡ଼ିଶା ସମେତ ପଶ୍ଚିମବଙ୍ଗ, ପଞ୍ଜାବ, ହରିୟାଣା, ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ, ବିହାର, ମହାରାଷ୍ଟ୍ର ଆଦି ୯ ରାଜ୍ୟର ୧୦୦ରୁ ଊର୍ଦ୍ଧ୍ୱ ସାଇକ୍ଲିଷ୍ଟ ଏଥିରେ ଅଂଶଗ୍ରହଣ କରିଥିଲେ। ପ୍ରତିଯୋଗିତା ମୋଟ ୧୧୪ କିଲୋମିଟର ବିଶିଷ୍ଟ ହୋଇଥିଲା। ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ ପ୍ରତିଯୋଗିତାର ମୁଖ୍ୟ ପ୍ରାୟୋଜକ ରହିଥିଲା। ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସର୍କଲ ମୁଖ୍ୟ ଅନନ୍ତ ପଟ୍ଟନାୟକ ଏବଂ ଅର୍ଜୁନ ପୁରସ୍କାରପ୍ରାପ୍ତ ସାଇକ୍ଲିଷ୍ଟ ମୀନତି ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ ଆଡ୍‌ଭେଞ୍ଚର କ୍ଲବର ସଦସ୍ୟ ଅଜୟ କୁମାର ନନ୍ଦ ଓ ସନ୍ତୋଷ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରତିଯୋଗିତା ପରିଚାଳିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?