ଶିମିଳିପାଳ ଅଭୟାରଣ୍ୟରେ କମିଲା କୁମ୍ଭୀର ସଂଖ୍ୟା

ବାରିପଦା,୧୯ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ୪ଟି କୁମ୍ଭୀର କମ୍‌ ଥିବା ଗଣନା ରିପୋର୍ଟରୁ ଜଣାପଡ଼ିଛି । ଶିମିଳିପାଳ ଅଭୟାରଣ୍ୟ ଓ ଏହାର ପାଦଦେଶରେ ଥିବା ବିଭିନ୍ନ ଜଳାଶୟ ଓ ରାମତୀର୍ଥ କୁମ୍ଭୀର ପ୍ରଜନନ କେନ୍ଦ୍ରରେ ମୋଟ ୮୨ଟି କୁମ୍ଭୀର ଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ.ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି।

ପଶ୍ଚିମ ଓ ପୂର୍ବ ଦେଓ ନଦୀ, ଖଈରୀ, ଖଡ଼ଖାଇ, ଠକଠକି, ବୁଢ଼ାବଳଙ୍ଗ ଏବଂ ରାମତୀର୍ଥଠାରେ ଥିବା କୁମ୍ଭୀର ପ୍ରଜନନ କେନ୍ଦ୍ରରେ କୁମ୍ଭୀର ଗଣନା ଜାନୁଆରୀ ୬ରୁ ୮ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିଥିଲା। ଉତ୍ତର ଶିମିଳିପାଳର ୭ ଓ ଦକ୍ଷିଣ ଶିମିଳିପାଳରେ ୯ଟି ରେଞ୍ଜରେ ଗୋଟିଏ ଲେଖାଏ ଟିମ୍‌ ଗଣନା କାର୍ଯ୍ୟରେ ସାମିଲ ହୋଇଥିଲେ। ଦକ୍ଷିଣ ଡିଭିଜନରେ ୭୫ଟି କୁମ୍ଭୀର, ଉତ୍ତର ଡିଭିଜନରେ ଗୋଟିଏ ଓ ରାମତୀର୍ଥ ପ୍ରଜନନ କେନ୍ଦ୍ରରେ ୬ କୁମ୍ଭୀର ରହିଥିବା ନେଇ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ୨୦୨୧ ଗଣନାରେ ୮୧, ୨୦୨୨ରେ ୮୩ ଓ ୨୦୨୩ରେ ୮୬ଟି କୁମ୍ଭୀର ରହିଥିବା ବେଳେ ଚଳିତ ବର୍ଷ ୪ଟି କୁମ୍ଭୀର କମିଥିବା ଜଣାପଡିଛି। ତେବେ ଉକ୍ତ କୁମ୍ଭୀରଗୁଡ଼ିକର ମୃତ୍ୟୁ ହୋଇଛି ନା ଶିକାର କରାଯାଇଛି ତାହାକୁ ପ୍ରାଣୀପ୍ରେମୀମାନେ ସନ୍ଦେହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri