ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି ବ୍ୟାପକ ଭାବେ ଜଳୁଛି। ନିଆଁ ଅତି ତୀବ୍ର ଭାବରେ ଶିମିଳିପାଳ ଭିତରକୁ ବ୍ୟାପିବାରେ ଲାଗିଛି। ମନଭଙ୍ଗା ବିଟ ଅଞ୍ଚଳରେ ପ୍ରତିଦିନ ବନ୍ୟ ଜୀବଜନ୍ତୁ ଜଙ୍ଗଲରୁ ବାହାରକୁ ଆସୁଥିବାବେଳେ ସେହି ସ୍ଥାନରେ ହିଁ ନିଆଁ ଲାଗିଥିବାରୁ ଏବେ ସଙ୍କଟରେ ଶିମିଳିପାଳ ଓ ବନ୍ୟଜନ୍ତୁ। ଧୀରେ ଧୀରେ ନିଆଁ କାୟା ବିସ୍ତାର କରିବାରେ ଲାଗିଥିବା ବେଳେ ବଡ଼ ବଡ଼ ଗଛ ନିଆଁରେ ହୁତୁହୁତୁ ହୋଇ ଜଳୁଥିବା ଦେଖାଯାଇଛି। ନିଆଁ ଜଙ୍ଗଲ ଭିତରକୁ ଯିବା ସହିତ ଜଙ୍ଗଲ ନିକଟରେ ଥିବା ଜନବସତି ଆଡକୁ ମଧ୍ୟ ବ୍ୟାପୁଛି। ବନ ବିଭାଗ ନିଆଁକୁ ଆୟତ୍ତ କରିବାରେ ବିଫଳ ହୋଇଛି। ଏହି ନିଆଁ ଲାଗିବା ଫଳରେ ବହୁ ଔଷଧୀୟ ବୃକ୍ଷ ଏବଂ ଲତା ପୋଡି ନଷ୍ଟ ହୋଇଯାଉଛି। ସେପଟେ ନିଆଁ ଭୟଙ୍କର ରୂପ ଧାରଣ କରି ବଫର ଏରିଆରୁ କୋର ଏରିଆକୁ ବ୍ୟାପୁଥିବା କୁହାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri