ଶିମିଳିପାଳରେ ନିଆଁ ଲଗାଇ ୫ ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୩୦।୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉତ୍ତର ଶିମିଳିପାଳ ଅଭୟାରଣ୍ୟର ନଅଁଣା ରେଞ୍ଜରେ ଶିକାର ଉଦ୍ଦେଶ୍ୟରେ ନିଆଁ ଲଗାଉଥିବା ୫ଶିକାରୀଙ୍କୁ ବନବିଭାଗ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଜାମଦା ଥାନା ଅଁଳାବେଣା ଗ୍ରାମର ରାମା ସିଂ, ବାଙ୍ଗରିପୋଷି ଥାନା ବଡ଼ଗଁା ଅଞ୍ଚଳର ରାମା ସିଂ, ତାପସ ନାଏକ, ଭାଡ଼ା ହେମ୍ବ୍ରମ ଓ ପଣସଡିହା ଗ୍ରାମର ଭୀମା ସିାଂ ସେମାନଙ୍କ ନିକଟରୁ ଧନୁତୀର, କୁରାଢ଼ି ଓ ଦିଆସିଲି ଆଦି ଜବତ ହୋଇଛି। ତେବେ ବାଙ୍ଗିରିପୋଷି ବ୍ଲକ ତାଳବନ୍ଧ ରେଞ୍ଜରେ ଲାଗିଥିବା ନିଆଁ ପ୍ରଶମିତ ହୋଇଥିବା ନେଇ ଶିମିିଳିପାଳ ଉତ୍ତର ଡିଭିଜନର ଡେପୁଟି ଡାଇରେକ୍ଟର ସାଇ କିରଣ କହିଛନ୍ତି। ମହୁଲ ସଂଗ୍ରହ ଓ ଶିକାର ଉଦ୍ଦେଶ୍ୟରେ କିଛି ଲୋକ ଅଭୟାରଣ୍ୟର ତାଳବନ୍ଧ ରେଞ୍ଜର ବିଭିନ୍ନ ସ୍ଥାନରେ ନିଆଁ ଲଗାଉଥିବା ବନ ବିଭାଗ ଅଧିକାରୀ ଶୈଳେନ୍ଦ୍ର କୁମାର ଦାଶ କହିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଗଲେ ଜଙ୍ଗଲ ନିଆଁ ରୋକିବାରେ ସହାୟକ ହୋଇ ପାରନ୍ତା ବୋଲି ପରିବେଶବିତ୍‌ମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri