୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ ପଡୁଛି। ଏଥିସହ ଅସହ୍ୟ ଶୀତରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସନ୍ଧ୍ୟା ପୂର୍ବରୁ ସହର ଜନଶୂନ୍ୟ ହୋଇଯାଉଛି।

ଜିଲାରେ ଉତ୍ତରା ପବନ ପ୍ରବାହିତ ହେଉଥିବାରୁ ଦିନକୁ ଦିନ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ସମଗ୍ର ଜିଲାରେ ଶୀତର ପ୍ରଭାବ ପାଇଁ ଲୋକେ ଦିନତମାମ ଶୀତବସ୍ତ୍ର ପରିଧାନ କରୁଛନ୍ତି। ଜିଲାର ୨୬ଟି ବ୍ଲକ୍‌ ମଧ୍ୟରୁ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଶିମିଳିପାଳରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ରେକର୍ଡ ହୋଇଛି। ଶନିବାର ସକାଳ ୬ଟାରେ ଶିମିଳିପାଳ ଅଭୟାରଣ୍ୟ ଉତ୍ତର ଡିଭିଜନର ଉପରବାର୍‌ହାକାମୁଡ଼ା ରେଞ୍ଜ୍‌ରେ ସର୍ବନିମ୍ନ ୨ଡିଗ୍ରୀ, ଚହଲାରେ ୪, ବରେହିପାଣିରେ ୭, ଗୁଡୁଗୁଡ଼ିଆରେ ୬, ରାମତୀର୍ଥରେ ୧୨, କିଆଝରୀ ଓ ସାତକୋଶିଆରେ ୧୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଏହାର ପ୍ରଭାବରେ ବାରିପଦା ସହରରେ ତାପମାତ୍ର ଦିନକୁ ଦିନ ଖସିବାରେ ଲାଗିଛି। ରାତି ଓ ଭୋର୍‌ରେ କୁହୁଡ଼ି ପାଇଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେଉଛି। ଏପରିକି ଜିଲାରେ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବୃଦ୍ଧାବୃଦ୍ଧ, ଶିଶୁ, ଗୃହପାଳିତ ପ୍ରାଣୀ ଓ ବନ୍ୟପ୍ରାଣୀ କଷ୍ଟ ଭୋଗୁଛନ୍ତି। ସନ୍ଧ୍ୟାହେଲେ ଗାଁଗଣ୍ଡାଗୁଡ଼ିକ ଶୂନ୍‌ଶାନ ହୋଇଯାଉଛି। ନିଆଁ ଜାଳି ଲୋକେ ଶୀତକଷ୍ଟକୁ ଦୂର କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri