ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର ସ୍ମୃତି ଚାରଣ ହୋଇଛି।
ପ୍ରକାଶ ଯେ, ସ୍ବର୍ଗତ ମାଳତୀ ଉକ୍ତ ପଞ୍ଚାୟତର ପ୍ରଥମ ମହିଳା ସରପଞ୍ଚ ଥିଲେ। ସେ ୧୯୯୭ରେ ନିର୍ବାଚତ ହୋଇ  ସରପଞ୍ଚ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ପୁର୍ବରୁ ତାଙ୍କ ସ୍ବାମୀ ସ୍ବର୍ଗତ ମଧୁସୂଦନ ସାହୁ ମଧ୍ୟ ଉକ୍ତ ପଞ୍ଚାୟତରେ ଦୁଇଥର  ସରପଞ୍ଚ ଭାବେ ଶାସନ ଭାର ହାତକୁ ନେଇଥିଲେ।  ପ୍ରଥମେ ସେ ୧୯୮୮ ଏବଂ ୧୯୯୫ ରେ ସରପଞ୍ଚ ଭାବେ ନିର୍ବାଚିତ  ହୋଇ ଦାୟିତ୍ୱ ତୁଲାଇଥିଲେ।
ଗତ ବର୍ଷ ୨୦ ଜାନୁଆରୀ ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀଙ୍କ ବିୟୋଗ ଘଟିଥିଲା। ଆଜି ତାଙ୍କର ପ୍ରଥମ ଶ୍ରାଦ୍ଧ ଦିବସ ଏହି ଅବସରରେ ତାଙ୍କ ପରିବାର ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା। ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ଗୋଟିଏ ଦଶନ୍ଧି ପୂର୍ବରୁ ମାଳତୀଙ୍କ ସ୍ବାମୀ ସ୍ବର୍ଗତ ମଧୁସୂଦନଙ୍କ ବିୟୋଗ ପରେ ୨୦୧୬ରେ ତାଙ୍କ ପ୍ରଥମ ଶ୍ରାଦ୍ଧ ଦିବସରେ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ଏବେ ତାଙ୍କ ନିକଟରେ ପୂର୍ବତନ ସରପଞ୍ଚ ମାଳତୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି।
ସୂଚନା ଯୋଗ୍ୟଯେ, ଉକ୍ତ  ଦମ୍ପତ୍ତି ସରପଞ୍ଚ ଭାବେ କାର୍ଯ୍ୟକାଳ ସମୟରେ ଅଞ୍ଚଳବାସୀଙ୍କୁ ଉତ୍ତମ ସେବା ଯୋଗାଇ ଚର୍ଚ୍ଚାରେ ରହିଥିଲେ। ଯାହା ସିମନବାଡି ପଞ୍ଚାୟତବାସୀ ସ୍ବର୍ଗତ ମାଳତୀ ଏବଂ ତାଙ୍କ ସ୍ବାମୀ ସ୍ବର୍ଗତ ମଧୁସୁଦନଙ୍କୁ ମନେ ପକାଉଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri