‘ସରଳ ଜୀବନଯାପନ ମହିମା ଧର୍ମର ଆଦର୍ଶ’

ଅନୁଗୋଳ ଅଫିସ/ଢେଙ୍କାନାଳ ଅଫିସ, ୬।୨:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଢେଙ୍କାନାଳ ଯୋରନ୍ଦାସ୍ଥିତ ମହିମା ଗାଦି ଏବଂ ଅନୁଗୋଳ ଅଙ୍ଗାରବନ୍ଧସ୍ଥିତ ମହିମା ପୀଠ ପରିଦର୍ଶନ କରି ସାଧୁସନ୍ଥଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଅଙ୍ଗାରବନ୍ଧରେ ଶୂନ୍ୟଦିଅଁଙ୍କ ଦର୍ଶନ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଧର୍ମେନ୍ଦ୍ର କହିଲେ, ସରଳ ଜୀବନଯାପନ ମହିମା ଧର୍ମର ଆଦର୍ଶ। ସମାଜରେ ଭ୍ରାତୃଭାବ ସୁଦୃଢ଼ କରିବା, ଈଶ୍ୱରଙ୍କ ପାଖରେ ସମର୍ପିତ ହେବା ଏହି ଧର୍ମର ମୌଳିକ ଆଧାର ବୋଲି ସେ କହିଥିଲେ। ଏହି ଅବସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଉପଲକ୍ଷେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗ ତରଫରୁ ଆୟୋଜିତ ‘ଫଟୋଚିତ୍ର ପ୍ରଦର୍ଶନୀ’କୁ କେନ୍ଦ୍ରମନ୍ତ୍ରୀ ଉଦ୍‌ଘାଟନ କରିଥିଲେ।
ଏହାପରେ କେନ୍ଦ୍ରମନ୍ତ୍ରୀ ଯୋରନ୍ଦା ଗସ୍ତ କରି ବିଶ୍ୱପ୍ରସିଦ୍ଧ ମାଘମେଳାରେ ସାମିଲ ହୋଇଥିଲେ। ସେ ବଳ୍କଳଧାରୀ, କୌପୀନଧାରୀ ମହିମା ସନ୍ନ୍ୟାସୀଙ୍କ ସହ ଆଲୋଚନା କରିଥିଲେ। ଶୂନ୍ୟବାଦର ପୂଣ୍ୟପୀଠ ମହିମାଗାଦି ଯୋରନ୍ଦା। ଏଠାରେ ହେଉଥିବା ପ୍ରସିଦ୍ଧ ମାଘମେଳା ବିଶ୍ୱକଲ୍ୟାଣ ପାଇଁ ପୂଜ୍ୟ ମହିମା ସାଧୁଙ୍କ ଏକତା ଓ ସମୂହ ପ୍ରାର୍ଥନା ମେଳା। ମହିମା ଧର୍ମର ପ୍ରାଣ ପ୍ରତିଷ୍ଠାତା ମହିମା ଗୋସାଇଁଙ୍କ ଅମୂଲ୍ୟ ବାର୍ତ୍ତା ଏବଂ ମହାନ ପ୍ରଚାରକ ସନ୍ଥକବି ଭୀମ ଭୋଇ ତାଙ୍କ ମାର୍ମିକ ସାହିତ୍ୟ ମାଧ୍ୟମରେ ଦେଇଥିବା ଜଗତ କଲ୍ୟାଣ ବାର୍ତ୍ତା ଆମ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ। ବରିଷ୍ଠ ଭାଜପା ନେତା ରୁଦ୍ରନାରାୟଣ ପାଣି, ରାମଚନ୍ଦ୍ର ପାତ୍ର, ସୁନୀଲ ଶର୍ମା, ସତ୍ୟନାରାୟଣ ଭୁୟଁା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?