ବାଲେଶ୍ୱର ସିମୁଳିଆ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସିମୁଳିଆ,୧୧।୧: ବାଲେଶ୍ୱର ସିମୁଳିଆ ବ୍ଲକ ଉନ୍ନୟନ ଅଧିକାରୀ(ବିଡିଓ) ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ କରାଯାଇଛି । ସରକାରୀ କ୍ୱାଟର୍ସରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଯଦିଓ ବିଶ୍ୱରଜନ ମହାନ୍ତିଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣା ପଡି ନାହିଁ, ତଥାପି ତାଙ୍କ ମୃତଦେହ ତାଙ୍କ ସରକାରୀ ବାସଭବନରେ ଝୁଲୁଥିବାରୁ ଘରର କବାଟ ଭିତର ପଟୁ ବନ୍ଦ ଥିବାରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ରିପୋର୍ଟ ଅନୁଯାୟୀ ମହାନ୍ତି ତାଙ୍କ କାର୍ଯ୍ୟାଳୟକୁ ୧୧ ଟା’ରେ ଯାଇଥିଲେ କିନ୍ତୁ କୌଣସି ଅଜଣା କାରଣରୁ ଶୀଘ୍ର ଅଫିସ୍ ଛାଡି ତାଙ୍କ ସରକାରୀ ବାସଭବନକୁ ଫେରି ଆସିଥିଲେ। ସେ ଅଫିସକୁ ଫେରି ନ ଥିବାରୁ କିଛି କର୍ମଚାରୀ ତାଙ୍କ ବାସଭବନକୁ ଯାଇ ତାଙ୍କ ବିଷୟରେ ପଚାରି ବୁଝିଥିଲେ। ସେମାନେ ବାରମ୍ବାର ତାଙ୍କ ମୋବାଇଲକୁ ଫୋନ୍ କରିଥିଲେ ମଧ୍ୟ ସେ କୌଣସି ଉତ୍ତର ନ ଦେବାରୁ ସେମାନେ ପୋଲିସକୁ ସୂଚନା ଦେଇଥିଲେ।

ଖବର ପାଇ ତୁରନ୍ତ ସିମୁଳିଆ ଥାନାରୁ ପୋଲିସର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି କବାଟ ଖୋଲି ବିଶ୍ୱରଜନଙ୍କ ଶବ ଝୁଲନ୍ତା ଅବସ୍ଥାରେ ପାଇଥିଲେ। ଏହାପରେ ସେମାନେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ତେବେ ସେ କେଉଁ ପରିସ୍ଥିତିରେ ଏହି କଠୋର ପଦକ୍ଷେପ ନେଇଛନ୍ତି କିମ୍ବା ଘଟଣା ପଛରେ ଅନ୍ୟ କିଛି କାରଣ ରହିଛି ତାହା ଜାଣିବା ପାଇଁ ପୋଲିସ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri