ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି। ଏଥିପାଇଁ ଦଳ ପକ୍ଷରୁ ତାଙ୍କୁ ପୁରସ୍କାର ସ୍ୱରୂପ ବାଲେଶ୍ୱର ଜିଲା ସଭାପତି ଏବଂ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ନିଯୁକ୍ତ କରାଯାଇଛି। ଜ୍ୟୋତିଙ୍କ ବ୍ୟତୀତ ବୁଧବାର ୧୮ ପଞ୍ଚାୟତର ବହୁ ସମର୍ଥକ ମଧ୍ୟ ବିଜେଡି ଛାଡ଼ିଥିଲେ।

ତେବେ ଖବର ମୁତାବକ ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ବୁଧବାର ଜ୍ୟୋତି ପ୍ରକାଶଙ୍କୁ ସାକ୍ଷତ କରିବା ପରେ ସେ ତାଙ୍କର ନିଷ୍ପତି ପରିବର୍ତନ କରିଛନ୍ତି। ସୂଚନାଯୋଗ୍ୟ ଚଳିତ ନିର୍ବାଚନରେ ଜ୍ୟୋତିପ୍ରକାଶଙ୍କ ବଦଳରେ ସୁବାସିନୀ ସାହୁଙ୍କୁ ବିଜେଡି ଟିକେଟ ଦେବାରୁ ସେ ଅସନ୍ତୁଷ୍ଟ ହୋଇ ନୀରବତା ଅବଲମ୍ବନ କରିଥିଲେ।

ତେବେ ସେ ବୁଧବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ସମ୍ପର୍କରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଦେଇଛନ୍ତି। ଏହାପରେ ନିର୍ବାଚନକ୍ଷେତ୍ରର ୧୮ ପଞ୍ଚାୟତରେ ଥିବା ତାଙ୍କର ବହୁ ସମର୍ଥକ ମଧ୍ୟ ବିଜେଡି ଛାଡିଥିଲେ। ଏହାପରେ ସେମାନେ ଧୋବାଗଡିଆଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଉକ୍ତ ନେତୃବୃନ୍ଦ ଏହି ସୂଚନା ଦେବା ସହ ସେମାନେ ଭାଜପା ମିଶିପାରନ୍ତି ବୋଲି ପରୋକ୍ଷରେ ଇଙ୍ଗିତ କରିଥିଲେ। ଯାହାଙ୍କ ନେଇ ସିମୁଳିଆ ରାଜନୀତି ସରଗରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?