ଏକକାଳୀନ ୧୧ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ମୁମ୍ବାଇ,୨୯।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଏକକାଳନୀ ଦେଶର ୧୧ଟି ପ୍ରମୁଖ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି ବର୍ତ୍ତମାନ ସୁଦ୍ଧା କମ୍ପାନୀର ଟ୍ରୁ-୫ଜି ସେବା ଆରମ୍ଭ କରାଯାଇଥିବା ଏକକାଳୀନ ସହର ସଂଖ୍ୟା ମଧ୍ୟରୁ ସର୍ବାଧିକ ସଂଖ୍ୟକ ସହରରେ କରାଯାଇଛି।

ବିଶେଷକରି ଲକ୍ଷ୍ନୌ, ତ୍ରିଭେନ୍ଦ୍ରମ, ମହୀଶୂର, ନାସିକ, ଔରଙ୍ଗାବାଦ, ଚଣ୍ଡିଗଡ଼, ମୋହାଲି, ପଞ୍ଚକୁଲା, ଜୀରକପୁର, ଖରଡ଼ ଏବଂ ଡେରାବସୀ ଭଳି ୧୧ଟି ସହରରେ ଜିଓ ଟ୍ରୁ-୫ଜି ସେବା ଆରମ୍ଭ କରାଯାଇଛି। ଅପରପକ୍ଷରେ ପ୍ରଥମ ଟେଲିକମ୍‌ ଅପରେଟର ଭାବେ ଜିଓ ପକ୍ଷରୁ ମୋହାଲି, ପଞ୍ଚକୁଲା, ଜୀରକପୁର, ଖରଡ଼ ଓ ଡେବାବସୀ କ୍ଷେତ୍ର ସମେତ ତ୍ରିଭେନ୍ଦ୍ରମ, ମହୀଶୂର, ନାସିକ, ଔରଙ୍ଗାବାଦ, ଚଣ୍ଡିଗଡ଼ ଟ୍ରାଇସିଟି ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଯୋଡ଼ି ହୋଇଥିବା ଉପରୋକ୍ତ ୧୧ଟି ସହରରେ ଜିଓ ବ୍ୟବହାରକାରୀମାନଙ୍କୁ ‘ଜିଓ ୱେଲକମ୍‌ ଅଫର’ ଅଧୀନରେ ଆମନ୍ତ୍ରଣ କରାଯିବ।

ଏହାବ୍ୟତୀତ ଜିଓ ବ୍ୟବହାରକାରୀମାନଙ୍କୁ ବିନା କୌଣସି ଅତିରିକ୍ତ ଶୁଳ୍କରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ରେ ଅସୀମିତ ଡାଟା ମିଳିବ।
ଏ ସମ୍ପର୍କରେ ଜିଓର ପ୍ରବକ୍ତା କହିଛନ୍ତି, ଏକକାଳୀନ ୧୧ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରି ଆମେ ଗର୍ବିତ ମନେକରୁଛୁ। ଯେବେଠାରୁ ଆମେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଛୁ, ସେହି ଦିନଠାରୁ ଏହା ହେଉଛି ଆମର ଏକକାଳୀନ ସର୍ବାଧିକ ସହରରେ ୫ଜି ସେବାର ଶୁଭାରମ୍ଭ।

ଏହି ୧୧ଟି ସହରର ଲକ୍ଷ ଲକ୍ଷ ଗ୍ରାହକ ଜିଓର ଟ୍ରୁ-୫ଜି ପ୍ରଯୁକ୍ତିର ଲାଭ ସହ ନୂଆବର୍ଷ ୨୦୨୩କୁ ନୂଆ ରୂପରେ ଆରମ୍ଭ କରିବେ। ସେହିଭଳି ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳ ବ୍ୟତୀତ ଉକ୍ତ ସହରଗୁଡ଼ିକରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ ଯୋଗୁ ଉକ୍ତ ଅଞ୍ଚଳଗୁଡ଼ିକରେ ଉନ୍ନତ ଟେଲିକମ୍‌ ନେଟ୍‌ୱର୍କ ମିଳିବ ବୋଲି ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ ଯେ ଇ-ଗଭର୍ନାନ୍ସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ଗେମିଂ, ହେଲ୍‌ଥକେୟାର, କୃଷି, ଆଇଟି ଏବଂ ଏସ୍‌ଏମ୍‌ଇ ବ୍ୟବସାୟ କ୍ଷେତ୍ରରେ ବିକାଶର ନୂଆ ପଥ ଉନ୍ମୁକ୍ତ ହେବ। ଉକ୍ତ ଅଞ୍ଚଳଗୁଡ଼ିକର ଡିଜିଟାଇଜ୍‌ କରିବାରେ ନିରନ୍ତର ସହଯୋଗ ଓ ସମର୍ଥନ ପ୍ରଦାନ କରିଥିବା ଚଣ୍ଡିଗଡ଼ ପ୍ରଶାସନ, ପଞ୍ଜାବ, ହରିୟାଣା, କେରଳ, କର୍ନାଟକ, ମହାରାଷ୍ଟ୍ର ଓ ଉତ୍ତର ପ୍ରଦେଶ ସରକାରଙ୍କ ନିକଟରେ ଆମେ କୃତଜ୍ଞ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri