ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…

ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ ଜାରି ରଖିଛନ୍ତି। ଏହି କ୍ରମରେ କେନ୍ଦୁଝର ଜିଲାରେ ୮ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି। ଆନନ୍ଦପୁରର ଘଷିପୁରା ଥାନା ଗୁହାଳିଆ ଗ୍ରାମର ଜିତେନ୍ଦ୍ର ଜେନାଙ୍କ ଘରେ ଚଢାଉ ହୋଇଥିବାବେଳେ ଆନନ୍ଦପୁର ଥାନା ମୋଚିନ୍ଦା ଗାଁରେ ମଧ୍ୟ ଚଢାଉ ଚାଲିଛି। ମୋଚିନ୍ଦା ଗାଁରେ ସତୁରା ସାହୁଙ୍କ ଘରୁ ୪ ଲକ୍ଷରୁ ଅଧିକ ନଗଦ ଟଙ୍କା ସମେତ ସୁନା ଅଳଙ୍କାର ଓ ଏକ ନୂଆ କିଆ କେରେନ୍ସ ଗାଡି ଜବତ କରାଯାଇଛି। ବର୍ତ୍ତମାନ ତାଙ୍କର ଏକ ଲୁଗା ଶୋ ରୁମ ଉପରେ ଚଢ଼ାଉ ଚାଲିଛି । ସମ୍ପୃକ୍ତ ଅଭିଯୁକ୍ତଙ୍କ ଘର ସ୍ପେଶାଲ ସ୍କ୍ବାର୍ଡ ସହ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ, ଦୁଇ ଜଣ ଆଇଆଇସି, ୪ ଜଣ ଏସଆଇଙ୍କ ମିଳିତ ଉଦ୍ୟମ ଦ୍ୱାରା ଚଢ଼ାଉ ଚାଲିବା ସହ ଘର, ଦୋକାନ ମାପ ଜୁପ କରିଛନ୍ତି। ସେହିଭଳି ଘଷିପୁରା ଥାନା ଗୁହାଳିଆ ଗାଁରେ ଜଣେ ଅଭିଯୁକ୍ତଙ୍କ ଘରୁ ଗୋଟିଏ ପିକଅପ ଭ୍ୟାନ ସହିତ ବୋଲେରୋ ଗାଡି ଜବତ କରାଯାଇଛି। ଉଭୟ ଅଭିଯୁକ୍ତ ଫେରାର୍‌ ହୋଇଯାଇଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri