୮ବର୍ଷ ହେଲା ପଲିଥିନ ତଳେ ବିପନ୍ନ ପରିବାର

ଖୋର୍ଦ୍ଧା ଅଫିସ,୧।୮:ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗଡ଼ହଳଦିଆ ହାଟସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ମନୋରଞ୍ଜନ ପୃଷ୍ଟି ଓ ପ୍ରହଲ୍ଲାଦ ବେହେରାଙ୍କ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥି ସହ ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ବିପନ୍ନ ପରିବାରକୁ କେବଳ ଜରିପାଲ ଯୋଗାଇ ଦାୟିତ୍ୱ ସାରିଦେଇଥିଲା। ସରକାରୀ ଯୋଜନାରେ ଘର ପାଇବା ଲାଗି ଏହି ଦୁଇ ପରିବାର ବ୍ଲକ ପ୍ରଶାସନଠାରୁ ଜିଲା ପ୍ରଶାସନ ପର୍ଯ୍ୟନ୍ତ ବାରମ୍ବାର ଦୌଡ଼ିଥିଲେ ମଧ୍ୟ ସୁଫଳ ମିଳିଲା ନାହିଁ। ଶେଷରେ ଭାଗ୍ୟକୁ ଆଦରି ଦୀର୍ଘ ୮ବର୍ଷ ହେବ ପଲିଥିନ ତଳେ ଦିନ କାଟୁଛନ୍ତି।
ସୂଚନା ଅନୁଯାୟୀ, ମନୋରଞ୍ଜନ ଗୁପ୍‌ଚୁପ୍‌ ବ୍ୟବସାୟ କରି ଚଳୁଥିବା ବେଳେ ପ୍ରହଲ୍ଲାଦ ଜଣେ ଦିନ ମଜୁରିଆ ଭାବେ କାର୍ଯ୍ୟ କରନ୍ତି। ଦୈନିକ କାମକୁ ଗଲେ ପରିବାର ଚଳେ। ଯାହା କିଛି ସଞ୍ଚୟ କରିଥିଲେ ଅଗ୍ନିକାଣ୍ଡରେ ଜଳିଗଲା। ସରକାରୀ ଯୋଜନାରେ ଘରେ ଖଣ୍ଡେ ପାଇବା ଲାଗି ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରିଥିଲେ ମଧ୍ୟ କେବଳ ଆଶ୍ବାସନା ଓ ପ୍ରତିଶ୍ରୁତି ମିଳିଲା, ହେଲେ ସହାୟତା ମିଳିଲା ନାହିଁ। ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଯୋଗୁ ପଲିଥିନ ଫାଟିଯାଇଛି। ବର୍ଷା ହେଲେ ପାଣି ଘରେ ଜମୁଛି। ନୂଆ ପଲିଥିନ ପାଇଁ ଗୁହାରି କରିବା ସତ୍ତ୍ୱେ ମିଳିଲା ନାହିଁ। ଫାଟିଥିବା ପଲିଥିନ ସ୍ଥାନରେ ଆଳୁ ଅଖା, ସିମେଣ୍ଟ ବସ୍ତା ଜରି ଉପରେ ପକାଇ ଘୋଡାଇ ରହୁଛୁ। କରୋନା ପାଇଁ ମନୋରଞ୍ଜନଙ୍କ ଗୁପଚୁପ ବେପାର ବନ୍ଦ ରହିଥିବା ବେଳେ ପ୍ରହଲ୍ଲାଦ କାମ ନ ପାଇ ଘରେ ବସି ରହିଛନ୍ତି। ଫଳରେ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଛି। ଚାଳ ଛପର ଘର ସଜାଡିବା ଲାଗି ଟଙ୍କା ନାହିଁ। ସରକାରୀ ସହାୟତା ନ ମିଳିଲେ ଘର ତୋଳିବା ସମ୍ଭବ ନୁହେଁ ବୋଲି ଦୁଇ ବିପନ୍ନ କହିଛନ୍ତି। ଏ ସମ୍ପର୍କରେ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ କହିଛନ୍ତି, ଏହି ଘଟଣାର ତଦନ୍ତ କରାଯିବ। ସ୍ଥାନୀୟ ବିଡିଓଙ୍କ ସହ ଆଲୋଚନା କରିବି। ସେମାନେ ସହାୟତା ପାଇବା ଲାଗି ଯୋଗ୍ୟ ବିବେଚିତ ହେଲେ ନିଶ୍ଚିତ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri