୮ବର୍ଷ ହେଲା ପଲିଥିନ ତଳେ ବିପନ୍ନ ପରିବାର

ଖୋର୍ଦ୍ଧା ଅଫିସ,୧।୮:ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗଡ଼ହଳଦିଆ ହାଟସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ମନୋରଞ୍ଜନ ପୃଷ୍ଟି ଓ ପ୍ରହଲ୍ଲାଦ ବେହେରାଙ୍କ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥି ସହ ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ବିପନ୍ନ ପରିବାରକୁ କେବଳ ଜରିପାଲ ଯୋଗାଇ ଦାୟିତ୍ୱ ସାରିଦେଇଥିଲା। ସରକାରୀ ଯୋଜନାରେ ଘର ପାଇବା ଲାଗି ଏହି ଦୁଇ ପରିବାର ବ୍ଲକ ପ୍ରଶାସନଠାରୁ ଜିଲା ପ୍ରଶାସନ ପର୍ଯ୍ୟନ୍ତ ବାରମ୍ବାର ଦୌଡ଼ିଥିଲେ ମଧ୍ୟ ସୁଫଳ ମିଳିଲା ନାହିଁ। ଶେଷରେ ଭାଗ୍ୟକୁ ଆଦରି ଦୀର୍ଘ ୮ବର୍ଷ ହେବ ପଲିଥିନ ତଳେ ଦିନ କାଟୁଛନ୍ତି।
ସୂଚନା ଅନୁଯାୟୀ, ମନୋରଞ୍ଜନ ଗୁପ୍‌ଚୁପ୍‌ ବ୍ୟବସାୟ କରି ଚଳୁଥିବା ବେଳେ ପ୍ରହଲ୍ଲାଦ ଜଣେ ଦିନ ମଜୁରିଆ ଭାବେ କାର୍ଯ୍ୟ କରନ୍ତି। ଦୈନିକ କାମକୁ ଗଲେ ପରିବାର ଚଳେ। ଯାହା କିଛି ସଞ୍ଚୟ କରିଥିଲେ ଅଗ୍ନିକାଣ୍ଡରେ ଜଳିଗଲା। ସରକାରୀ ଯୋଜନାରେ ଘରେ ଖଣ୍ଡେ ପାଇବା ଲାଗି ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରିଥିଲେ ମଧ୍ୟ କେବଳ ଆଶ୍ବାସନା ଓ ପ୍ରତିଶ୍ରୁତି ମିଳିଲା, ହେଲେ ସହାୟତା ମିଳିଲା ନାହିଁ। ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଯୋଗୁ ପଲିଥିନ ଫାଟିଯାଇଛି। ବର୍ଷା ହେଲେ ପାଣି ଘରେ ଜମୁଛି। ନୂଆ ପଲିଥିନ ପାଇଁ ଗୁହାରି କରିବା ସତ୍ତ୍ୱେ ମିଳିଲା ନାହିଁ। ଫାଟିଥିବା ପଲିଥିନ ସ୍ଥାନରେ ଆଳୁ ଅଖା, ସିମେଣ୍ଟ ବସ୍ତା ଜରି ଉପରେ ପକାଇ ଘୋଡାଇ ରହୁଛୁ। କରୋନା ପାଇଁ ମନୋରଞ୍ଜନଙ୍କ ଗୁପଚୁପ ବେପାର ବନ୍ଦ ରହିଥିବା ବେଳେ ପ୍ରହଲ୍ଲାଦ କାମ ନ ପାଇ ଘରେ ବସି ରହିଛନ୍ତି। ଫଳରେ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଛି। ଚାଳ ଛପର ଘର ସଜାଡିବା ଲାଗି ଟଙ୍କା ନାହିଁ। ସରକାରୀ ସହାୟତା ନ ମିଳିଲେ ଘର ତୋଳିବା ସମ୍ଭବ ନୁହେଁ ବୋଲି ଦୁଇ ବିପନ୍ନ କହିଛନ୍ତି। ଏ ସମ୍ପର୍କରେ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ କହିଛନ୍ତି, ଏହି ଘଟଣାର ତଦନ୍ତ କରାଯିବ। ସ୍ଥାନୀୟ ବିଡିଓଙ୍କ ସହ ଆଲୋଚନା କରିବି। ସେମାନେ ସହାୟତା ପାଇବା ଲାଗି ଯୋଗ୍ୟ ବିବେଚିତ ହେଲେ ନିଶ୍ଚିତ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?