Posted inରାଜ୍ୟ

୩ ଦିନ ପରେ ବି ପୂର୍ବତନ ବିଧାୟକଙ୍କ ମିଳୁନି ପତ୍ତା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଗଞ୍ଜାମ ଜିଲା ଆସିକାର ପୂର୍ବତନ କଂଗ୍ରେସ ବିଧାୟକ ସରୋଜ ପାଢ଼ି ନିଖୋଜ ଘଟଣାକୁ ତିନିଦିନ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିପାରିନାହିଁ। ସେପଟେ ସରୋଜଙ୍କୁ ଖୋଜାଖୋଜି ଚାଲିଛି ବୋଲି ଡିସିପି ପ୍ରତୀକ ସିଂ କହିଛନ୍ତି । ଏଥିସହ ରେଲୱେ ଷ୍ଟେଶନ ,ବସ୍‌ଷ୍ଟାଣ୍ଡ,ଏୟାରପୋର୍ଟକୁ ଅବଗତ କରାଯିବା ସହ କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇଛି। ସୂଚନାନୁଯାୟୀ ସରୋଜ ପରିବାର ସହ ଭୁବନେଶ୍ୱର ୟୁନିଟ୍‌-୬ ସ୍ଥିତ ଏକ ଆପାର୍ଟମେଣ୍ଟରେ ରହୁଛନ୍ତି। ଗତ ୧୨ ତାରିଖ ସକାଳ ସେ ଘରୁ ବାହାରି କେଉଁଆଡ଼େ ଚାଲି ଯାଇଥିଲେ। ତା’ପରଠୁ ଘରକୁ ଆଉ ଫେରି ନ ଥିଲେ। ତାଙ୍କ ମୋବାଇଲକୁ ପରିବାର ଲୋକେ ଫୋନ କରିବାରୁ ସୁଇଚ୍‌ ଅଫ୍‌ ଜଣାପଡ଼ିଥିଲା। ପରିବାର ଲୋକେ ବହୁ ଖୋଜାଖୋଜି କରି ନ ପାଇବାରୁ ଉକ୍ତ ଦିନ ପୁଅ ସଙ୍ଗୀତ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ନିଖୋଜ ମାମଲା ( ନଂ.୧୩/୨୦୨୨) ରୁଜୁ କରି ସରୋଜଙ୍କୁ ଖୋଜାଖୋଜି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri