Posted inଜାତୀୟ

ସିନ୍ଧେ ଶିବସେନା ମୁଖ୍ୟମନ୍ତ୍ରୀ ନୁହନ୍ତି, ନୀରବତା ଭାଙ୍ଗିଲେ ଉଦ୍ଧବ…

ମୁମ୍ବାଇ, ୧।୭ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରଥମ ଥର ପାଇଁ ନୀରବତା ଭାଙ୍ଗିଛନ୍ତି। ସେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କୁ ଶିବସେନାର ମୁଖ୍ୟମନ୍ତ୍ରୀ ଭାବରେ ଗ୍ରହଣ କରିବାକୁ  ମନା କରି ଦେଇଛନ୍ତି।

ଏଥିସହ ସେ ଟୁଇଟ୍‌ କରି କହିଛନ୍ତି ଯେ ଯଦି ଭାଜପା ପୂର୍ବରୁ ଏହା କରିଥାନ୍ତା , ତେବେ ରାଜ୍ୟରେ ମହା ବିକାଶ ଆଘାଡି ସରକାରର ଆବଶ୍ୟକତା ନଥାନ୍ତା। ଉଦ୍ଧବ ଠାକରେ କହିଛନ୍ତି, ଗତକାଲି ଯାହା ଘଟିଛି ମୁଁ ଅମିତ ଶାହାଙ୍କୁ ଏହା ବିଷୟରେ କହିସାରିଛି। ଆମେ ଭାଜପା-ଶିବସେନା ମିଳିତ ମେଣ୍ଟରେ ଅଢ଼େଇ ବର୍ଷ ପାଇଁ ଜଣେ ଶିବସେନା ମୁଖ୍ୟମନ୍ତ୍ରୀ ଚାହୁଁଥିଲୁ। ଯଦି ଭାଜପା ଏହା ପାଇଁ ପୂର୍ବରୁ ପ୍ରସ୍ତୁତ ହୋଇଥାନ୍ତା, ତେବେ ଏଠାରେ ମହା ବିକାଶ ଆଘାଡିର କୌଣସି ଆବଶ୍ୟକତା ନଥାନ୍ତା।

ମେଟ୍ରୋ ଶେଡ ପ୍ରକଳ୍ପର ସ୍ଥାନ ପରିବର୍ତ୍ତନକୁ ନେଇ ଆଲୋଚନା ଉପରେ ଉଦ୍ଧବ ଠାକରେ ମଧ୍ୟ ନିଜର ମତ ଦେଇଛନ୍ତି। ସେ କହିଛନ୍ତି ଯେ ମୁମ୍ବାଇର ଲୋକଙ୍କ ଉପରେ ମୋ ଉପରେ ନେବାକୁ ଥିବା ପ୍ରତିଶୋଧ ସୁଝାଇବା ଉଚିତ ନୁହେଁ। ମେଟ୍ରୋ ଶେଡର ପ୍ରସ୍ତାବକୁ ପରିବର୍ତ୍ତନ କରନ୍ତୁ ନାହିଁ । ମୁମ୍ବାଇର ପରିବେଶ ସହିତ ଖେଳନ୍ତୁ ନାହିଁ।

ଏକନାଥ ସିନ୍ଧେଙ୍କ ସରକାର ଗଠନ ନେଇ ଉଦ୍ଧବ ଠାକରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ ଏହି ସରକାର କିପରି ଗଠନ ହେଲା ଏବଂ ଏହା କୁହାଯାଉଛି ଯେ ଜଣେ ଶିବସେନା କାର୍ଯ୍ୟକର୍ତ୍ତାଙ୍କୁ ମୁଖ୍ୟମନ୍ତ୍ରୀ କରାଯାଉଛି। ମୁଁ ଅମିତ ଶାହାଙ୍କୁ ମଧ୍ୟ ସମାନ କଥା କହିଥିଲି। ଏସବୁ ଏକ ସମ୍ମାନଜନକ ଢଙ୍ଗରେ କରାଯାଇ ପାରିଥାନ୍ତା। ସେତେବେଳେ ଶିବସେନା ଆନୁଷ୍ଠାନିକ ଭାବରେ ଆପଣଙ୍କ ସହ ଥିଲା, କିନ୍ତୁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶିବସେନାର ମୁଖ୍ୟମନ୍ତ୍ରୀ ନୁହନ୍ତି ବୋଲି ଉଦ୍ଧବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri