Posted inଜାତୀୟ

୪ରେ ସିନ୍ଧେଙ୍କ ଶକ୍ତି ପରୀକ୍ଷା

ମୁମ୍ବାଇ/ ନୂଆଦିଲ୍ଲୀ ,୨ା୭: ମହାରାଷ୍ଟ୍ରରେ ଶିବସେନା ବିଦ୍ରୋହୀ ଓ ଭାଜପା ମେଣ୍ଟରୁ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଥିବା ଏକନାଥ ସିନ୍ଧେ ଆସନ୍ତା ୪ ତାରିଖରେ ବିଧାନସଭାରେ ଶକ୍ତିପ୍ରଦର୍ଶନ କରିବେ। ଜୁଲାଇ ୩ରୁ ମହାରାଷ୍ଟ୍ରର ୨ ଦିନିଆ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଆରମ୍ଭ ହେବ। ସିନ୍ଧେ ସେଠାରେ ତାଙ୍କ ସରକାରର ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ ବୋଲି ଜଣାପଡ଼ିଛି। ଶନିବାର ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ବିଧାନସଭା ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଗ୍ରହଣ କରାଯିବ। ରବିବାର ନୂଆ ବାଚସ୍ପତିଙ୍କୁ ବଛାଯିବ। ଭାଜପା ବିଧାୟକ ରାହୁଲ ନରଭେକର ଶୁକ୍ରବାର ଏହି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗତ ବର୍ଷ ଫେବୃୟାରୀରେ କଂଗ୍ରେସର ନାନା ପାଟୋଲେ ଇସ୍ତଫା ଦେବା ପରେ ଏହି ପଦ ଖାଲି ପଡ଼ିଥିଲା।
ନିକଟରେ ୩୯ ଶିବସେନା ବିଧାୟକ ଏବଂ ଅନ୍ୟ ଦଳ ଓ ସ୍ବାଧୀନ ପାର୍ଟିର ଆଉ ୧୦ ଏମ୍‌ଏଲ୍‌ଏଙ୍କ ସମର୍ଥନ ରହିଥିବା ଦାବି କରିଛନ୍ତି। ଏହାସହ ଭାଜପାର ୧୦୬ ବିଧାୟକ ରହିଛନ୍ତି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ସରକାର ଗଢ଼ିବା ପାଇଁ ୧୪୫ ବିଧାୟକଙ୍କ ସମର୍ଥନ ଆବଶ୍ୟକ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସିନ୍ଧେ ଗୁରୁବାର ରାତିରେ ଗୋଆ ଯାଇ ବିଦ୍ରୋହୀ ବିଧାୟକଙ୍କୁ ଭେଟିଛନ୍ତି। ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ତାଙ୍କୁ ସେଠାରେ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri