Posted inଖେଳ

ସିନ୍ଧୁ ସୁଇସ୍‌ ଓପନ ଫାଇନାଲରେ

ବାସେଲ, ୭ା୩ (ପି.ଟି.)-ଅଲିମ୍ପିକ ରୌପ୍ୟ ବିଜୟିନୀ ପି.ଭି. ସିନ୍ଧୁ ସୁଇସ୍‌ ଓପନ୍‌ ସୁପର ୩୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ଏକ ସେମିଫାଇନାଲରେ ବିଶ୍ୱ ଚାମ୍ପିୟନ ସିନ୍ଧୁ ୨୨-୨୦, ୨୧-୧୦ରେ ଚତୁର୍ଥ ସିଡ୍‌ ତଥା ଡେନମାର୍କର ମିଆ ବ୍ଲିଚଫିଲ୍‌ଡିଟ୍‌ଙ୍କୁ ହରାଇ ଦେଇଛନ୍ତି। ଏଥିସହିତ ସେ ଗତ ଜାନୁୟାରୀରେ ୟୋନେକ୍ସ ଥାଇଲାଣ୍ଡ ଓପନ୍‌ରେ ବିଶ୍ୱର ଏହି ୧୨ ନମ୍ବର ଖେଳାଳିଙ୍କ ବିପକ୍ଷ ପ୍ରଥମ ରାଉଣ୍ଡ ପରାଜୟର ପ୍ରତିଶୋଧ ନେଇଛନ୍ତି। ଏଠାରେ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ପରେ ସିନ୍ଧୁଙ୍କର ଏହା ହେଉଛି ପ୍ରଥମ ଫାଇନାଲ। ଶୁକ୍ରବାର ରାତିରେ ପୂର୍ବତନ ଚାମ୍ପିୟନ କିଡାମ୍ବି ଶ୍ରୀକାନ୍ତ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୬ଷ୍ଠ ସିଡ୍‌ ତଥା ଥାଇଲାଣ୍ଡର କାଣ୍ଟାଫନ୍‌ ଓ୍ବାଙ୍ଗଚାରୋନଙ୍କୁ ହରାଇ ଦେଇଛନ୍ତି। ବିଶ୍ୱର ୧୦ ନମ୍ବର ମାନ୍ୟତାପ୍ରାପ୍ତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରଗ ଶେଟ୍ଟି ମଧ୍ୟ ସେମାନଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖିବା ସହ ଏହି ସୁପର ୩୦୦ ଇଭେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri