Posted inଖେଳ

ପ୍ରଥମ ରାଉଣ୍ଡରୁ ସିନ୍ଧୁ ବିଦା

ଲଣ୍ଡନ୍‌,୧୬ା୩: ଅଲ ଇଂଲଣ୍ଡ ଓପନ ବ୍ୟାଡମିଣ୍ଟନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି ଭାରତର ପି ଭି ସିନ୍ଧୁ। ଦୁଇ ଦୁଇ ଥର ଅଲିମ୍ପିକ୍ସ ପଦକ ବିଜୟିନୀ ସିନ୍ଧୁ ପ୍ରଥମ ରାଉଣ୍ଡରେ ଚୀନ୍‌ର ଝାଙ୍ଗ ୟି ମାନଙ୍କ ନିକଟରୁ ପରାଜିତ ହୋଇଛନ୍ତି। ବୁଧବାର ବର୍ମିଂହାମରେ ଅନୁଷ୍ଠିତ ମ୍ୟାଚରେ ସିନ୍ଧୁ ୧୭-୨୧ ଓ ୧୧-୨୧ରେ ପରାଜିତ ହୋଇଥିଲେ। ମ୍ୟାଚ୍‌ଟି ମାତ୍ର ୩୯ ମିନିଟ ଧରି ଚାଲିଥିଲା।

୨୦୨୩ ସିନ୍ଧୁଙ୍କ ପାଇଁ ଏତେଟା ଉଲ୍ଲେଖନୀୟ ରହିନାହିଁ। ଆହତ ସମସ୍ୟାରୁ ପ୍ରତ୍ୟାବର୍ତ୍ତନ ପରେ ମାଲେସିଆ ଓପନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିବା ବେଳେ କୋଚ୍‌ ପାର୍କ ଟାଏ ସାଙ୍ଗଙ୍କ ଠାରୁ ଅଲଗା ମଧ୍ୟ ହୋଇଥିଲେ। ବୁଧବାର ପ୍ରଥମ ରାଉଣ୍ଡରେ ସିନ୍ଧୁ ସାମାନ୍ୟ ସଂଘର୍ଷ କରିଥିଲେ। ମାତ୍ର ଦ୍ୱିତୀୟ ରାଉଣ୍ଡରେ ଝାଙ୍ଗ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି ଖେଳିବା ସହିତ ଏକପାଖିଆ ଭାବରେ ମ୍ୟାଚ ଜିତି ନେଇଥିଲେ। ବୁଧବାର ମହିଳା ଡବଲ୍ସ ଯୋଡି ଟ୍ରିସା ଜୋଲି ଓ ଗାୟତ୍ରୀ ଗୋପୀଚାନ୍ଦ ପ୍ରଥମ ରାଉଣ୍ଡ ମ୍ୟାଚ୍‌ ଜିତିବାରେ ସଫଳ ହୋଇଛନ୍ତି।

ଜୋଲ-ଗୋପୀଚାନ୍ଦ ସପ୍ତମ ସିଡ୍‌ ଥାଇଲାଣ୍ଡର ଜଙ୍ଗକୋଲଫାନ କିଟିଥାରାକୁଲ ଓ ରାଓ୍ବିଣ୍ଡା ପ୍ରଜୋଗଞ୍ଜାଇଙ୍କୁ ୨୧-୧୮ ଓ ୨୧-୧୪ ସେଟରେ ପରାସ୍ତ କରିଛନ୍ତି। ଥାଇଲାଣ୍ଡ ଯୋଡିଙ୍କ ବିପକ୍ଷରେ ନିଜର ପଞ୍ଚମ ମ୍ୟାଚ ଖେଳୁଥିବା ବେଳେ ଉଭୟ ପ୍ରଥମ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ମଙ୍ଗଳବାର ଭାରତୀୟ ଖେଳାଳି ଏଚ୍‌ ଏସ୍‌ ପ୍ରଣୟ ଓ ଲକ୍ଷ୍ୟ ସେନ୍‌ ନିଜର ପ୍ରଥମ ରାଉଣ୍ଡ ମ୍ୟାଚରେ ବିଜୟ ହାସଲ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?