କାଲଗାରି, ୮ା୭ (ପି.ଟି.): ଭାରତର ଦୁଇ ଷ୍ଟାର ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍ ଏଠାରେ ଚାଲିଥିବା କାନାଡା ଓପନ ସୁପର ୫୦୦ ଟୁର୍ନାମେଣ୍ଟର ଯଥାକ୍ରମେ ମହିଳା ଓ ପୁରୁଷ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସିନ୍ଧୁ ବିପକ୍ଷ ଖେଳାଳି ଜାପାନ ନାତସୁକି ନିଦାଇରାଙ୍କଠାରୁ ଓ୍ବାକଓଭର ପାଇ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇପାରିଛନ୍ତି। ଅନ୍ୟପକ୍ଷରେ ସେନ୍ ବ୍ରାଜିଲର ଓ୍ବାଇଗୋର କୋଲ୍ହୋଙ୍କ ବିପକ୍ଷରେ ୨୧-୧୫, ୨୧-୧୧ରେ ବିଜୟ ହାସଲ କରିଛନ୍ତି। ସିନ୍ଧୁ ବର୍ତ୍ତମାନ ୨୦୨୨ ଇଣ୍ଡୋନେସିଆ ମାଷ୍ଟର୍ସ ଚାମ୍ପିୟନ ଗାଓ ଫାଙ୍ଗ୍ ଜିଙ୍କୁ ଭେଟିବେ। ଚଳିତବର୍ଷ ଏସିଆ ମିକ୍ସଡ ଟିମ୍ ଚାମ୍ପିୟନଶିପ୍ରେ ଚାଇନାର ବିଜୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ସେନ୍ ବର୍ତ୍ତମାନ ବେଲ୍ଜିୟମର ଜୁଲିଏନ୍ କାରାଗୁଙ୍କୁ ଭେଟିବେ। କିନ୍ତୁ କ୍ରିଷ୍ଣା ପ୍ରସାଦ ଗରଗା ଓ ବିଷ୍ଣୁବର୍ଦ୍ଧନ ଗୌଡ଼ ପଞ୍ଜାଲା ପ୍ରି-କ୍ୱାର୍ଟର ପର୍ଯ୍ୟାୟ ଅତିକ୍ରମ କରିପାରି ନାହାନ୍ତି। ସେମାନେ ଇଣ୍ଡୋନେସିଆର ମହମ୍ମଦ ଅହସାନ ଓ ହେଣ୍ଡ୍ରା ସେଟିଆଓ୍ବାନଙ୍କଠାରୁ ହାରିଛନ୍ତି।
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

