Posted inଜାତୀୟ

ଆଜିଠୁ ଲୋକ ସଭାରେ ‘ସିନ୍ଦୂର’ ବିତର୍କ

ନୂଆଦିଲ୍ଲୀ,୨୮ା୭: ଅପରେଶନ ସିନ୍ଦୂର ଉପରେ ବିଜର୍କ ଦାବିକରି ବିରୋଧୀ ହଟ୍ଟଗୋଳ କରିବାରୁ ସଂସଦ ମୌସୁମୀ ଅଧିବେଶନର ପ୍ରଥମ ସପ୍ତାହ ବେକାର ଯାଇଥିବାବେଳେ ସୋମବାରଠାରୁ ଲୋକ ସଭାରେ ଏ ସମ୍ପର୍କିତ ଆଲୋଚନା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିରୋଧୀ କଂଗ୍ରେସ ଗୃହରେ ନିଜ ଏମ୍‌ପିମାନଙ୍କ ଉପସ୍ଥିତି ସୁନିଶ୍ଚିତ କରିବା ଲାଗି ୩ ଦିନିଆ ହୁଇପ୍‌ ଜାରି କରିଛି।
ସୂତ୍ରରୁ ଜଣାପଡ଼ିଛି ଯେ, ସୋମବାର ଲୋକ ସଭାରେ ବିତର୍କର ପ୍ରଥମ ଦିନ ଗୃହର ବିରୋଧୀ ଦଳ ଉପନେତା ଗୌରବ ଗୋଗୋଇ ବିପକ୍ଷ ଦଳଗୁଡ଼ିକ ପକ୍ଷରୁ ଅଭିଯୋଗ ଆଗତ କରିବେ। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ଏବଂ ବିରୋଧୀ ଇଣ୍ଡିଆ ବ୍ଲକ୍‌ ଜାତୀୟ ସୁରକ୍ଷା ଓ ବହିର୍ବ୍ୟାପାର ନୀତିର ବିଫଳତା ପ୍ରସଙ୍ଗରେ ମୁହଁାମୁହିଁ ହେବେ। ଲୋକ ସଭା ଓ ରାଜ୍ୟ ସଭାରେ ଉଭୟ ପକ୍ଷ ବିତର୍କ ବେଳେ ବରିଷ୍ଠ ନେତାମାନଙ୍କୁ ଭାଗ ନେବା ପାଇଁ ସୁଯୋଗ ଦେବେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଅପରେଶନ ସିନ୍ଦୂର ସମ୍ପର୍କରେ ଗୃହକୁ ଅବଗତ କରାଇବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ ଉପରେ ଜଣାଇବା ସକାଶେ ମଝିରେ କିଛି ବକ୍ତବ୍ୟ ରଖିପାରନ୍ତି ବୋଲି ସୂତ୍ରରୁ ଜଣାପଡ଼ିଛି। ଉଭୟ ଗୃହରେ ୧୬ ଘଣ୍ଟା ଧରି ଅପରେଶନ ସିନ୍ଦୂର ଉପରେ ମାରାଥନ ବିତର୍କ ଚାଲିବା ନେଇ ଏହା ପୂର୍ବରୁ ଶାସକ ଓ ବିରୋଧ ପକ୍ଷ ସହମତି ପ୍ରକାଶ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri