Posted inଜାତୀୟ

ଆଜିଠୁ ଲୋକ ସଭାରେ ‘ସିନ୍ଦୂର’ ବିତର୍କ

ନୂଆଦିଲ୍ଲୀ,୨୮ା୭: ଅପରେଶନ ସିନ୍ଦୂର ଉପରେ ବିଜର୍କ ଦାବିକରି ବିରୋଧୀ ହଟ୍ଟଗୋଳ କରିବାରୁ ସଂସଦ ମୌସୁମୀ ଅଧିବେଶନର ପ୍ରଥମ ସପ୍ତାହ ବେକାର ଯାଇଥିବାବେଳେ ସୋମବାରଠାରୁ ଲୋକ ସଭାରେ ଏ ସମ୍ପର୍କିତ ଆଲୋଚନା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିରୋଧୀ କଂଗ୍ରେସ ଗୃହରେ ନିଜ ଏମ୍‌ପିମାନଙ୍କ ଉପସ୍ଥିତି ସୁନିଶ୍ଚିତ କରିବା ଲାଗି ୩ ଦିନିଆ ହୁଇପ୍‌ ଜାରି କରିଛି।
ସୂତ୍ରରୁ ଜଣାପଡ଼ିଛି ଯେ, ସୋମବାର ଲୋକ ସଭାରେ ବିତର୍କର ପ୍ରଥମ ଦିନ ଗୃହର ବିରୋଧୀ ଦଳ ଉପନେତା ଗୌରବ ଗୋଗୋଇ ବିପକ୍ଷ ଦଳଗୁଡ଼ିକ ପକ୍ଷରୁ ଅଭିଯୋଗ ଆଗତ କରିବେ। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ଏବଂ ବିରୋଧୀ ଇଣ୍ଡିଆ ବ୍ଲକ୍‌ ଜାତୀୟ ସୁରକ୍ଷା ଓ ବହିର୍ବ୍ୟାପାର ନୀତିର ବିଫଳତା ପ୍ରସଙ୍ଗରେ ମୁହଁାମୁହିଁ ହେବେ। ଲୋକ ସଭା ଓ ରାଜ୍ୟ ସଭାରେ ଉଭୟ ପକ୍ଷ ବିତର୍କ ବେଳେ ବରିଷ୍ଠ ନେତାମାନଙ୍କୁ ଭାଗ ନେବା ପାଇଁ ସୁଯୋଗ ଦେବେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଅପରେଶନ ସିନ୍ଦୂର ସମ୍ପର୍କରେ ଗୃହକୁ ଅବଗତ କରାଇବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ ଉପରେ ଜଣାଇବା ସକାଶେ ମଝିରେ କିଛି ବକ୍ତବ୍ୟ ରଖିପାରନ୍ତି ବୋଲି ସୂତ୍ରରୁ ଜଣାପଡ଼ିଛି। ଉଭୟ ଗୃହରେ ୧୬ ଘଣ୍ଟା ଧରି ଅପରେଶନ ସିନ୍ଦୂର ଉପରେ ମାରାଥନ ବିତର୍କ ଚାଲିବା ନେଇ ଏହା ପୂର୍ବରୁ ଶାସକ ଓ ବିରୋଧ ପକ୍ଷ ସହମତି ପ୍ରକାଶ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri