ଆମେରିକାର ବ୍ରିଜ୍‌ ଭୁଶୁଡିବା ଘଟଣା: ଜାହାଜ କ୍ରୁ ମେମ୍ବରଙ୍କୁ ମିଳିଲା ହିରୋ ଆଖ୍ୟା

ଓ୍ବାଶିଂଟନ୍‌,୨୭।୩: ଆମେରିକାର ମେରିଲ୍ୟାଣ୍ଡସ୍ଥିତ ବାଲଟିମୋର ସହରରେ ଏକ ନଦୀ ଉପରେ ନିର୍ମିତ ବ୍ରିଜ୍‌ ଏକ ଜାହାଜ ସହିତ ଧକ୍କା ହେତୁ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ନିଖୋଜ ଥିବା ୬ ଶ୍ରମିକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତେବେ ଜାହଜର କ୍ରୁ ମେମ୍ବରଙ୍କ ଯୋଗୁ ବଡ ଦୁର୍ଘଟଣା ଟଳି ଯାଇଥିବା ସ୍ଥାନୀୟ ଗଭର୍ନର କହିଛନ୍ତି। ତେଣୁ ଜାହଜର ସମସ୍ତ କ୍ରୁ ମେମ୍ବରଙ୍କୁ ଧନ୍ୟବାଦ ଜଣାଇ ସେ ହିରୋ ଆଖ୍ୟା ଦେଇଛନ୍ତି । ଏହି ଜାହାଜଟି ୨୨ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କ ଦ୍ୱାରା ପରିଚାଳିତ ହେଉଥିଲା।

ପ୍ରାୟ ୩୦୦ ମିଟର ଲମ୍ବ ବିଶିଷ୍ଟ ଏହି କାର୍ଗୋ ଜାହାଜରେ ସିଙ୍ଗାପୁର ପତାକା ଲାଗିଥିଲା। ଏହି ଜାହାଜଟି ଶ୍ରୀଲଙ୍କାର ରାଜଧାନୀ କଲମ୍ବୋକୁ ଯାଉବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଦୁର୍ଘଟଣାଗ୍ରସ୍ତ କାର୍ଗୋ ଜାହାଜର ସମସ୍ତ ୨୨ କର୍ମଚାରୀ ହେଉଛନ୍ତି ଭାରତୀୟ ଏବଂ ସମସ୍ତେ ସୁରକ୍ଷିତ ଅଛନ୍ତି।

ଆମେରିକାର ମେରିଲ୍ୟାଣ୍ଡର ଗଭର୍ନରଙ୍କ କହିବାନୁଯାୟୀ, ବ୍ରିଜରେ ଧକ୍କା ହେବାର କିଛି ମିନିଟ ପୂର୍ବରୁ କ୍ରୁ ମେମ୍ବର ଆଲର୍ଟ କଲ୍‌ ଦେଇଥିଲେ। ଫଳରେ ତୁରନ୍ତ ବ୍ରିଜ୍‌ର ଉଭୟ ପାର୍ଶ୍ୱର ଟ୍ରାଫିକକୁ ବନ୍ଦ କରି ଦିଆଯାଇଥିଲା। ଏଥିଯୋଗୁ ବହୁ ଲୋକଙ୍କ ଜୀବନ ବଞ୍ଚିଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri