ଭାରତୀୟ ମୂଳ ବାସିନ୍ଦା ଶନମୁଗରତ୍ନମ ହୋଇପାରନ୍ତି ସିଙ୍ଗାପୁରର ରାଷ୍ଟ୍ରପତି, ପ୍ରମାଣ ପତ୍ର ପାଇଁ କଲେ ଆବେଦନ

ସିଙ୍ଗାପୁର,୭।୮: ଆସନ୍ତା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସିଙ୍ଗାପୁରର ପୂର୍ବତନ ଭାରତୀୟ ମୂଳବାସିନ୍ଦା ଥର୍ମନ ଶନମୁଗରତ୍ନମ ସୋମବାର ଆବେଦନ କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଆବଶ୍ୟକ ସାର୍ଟିଫିକେଟ ପାଇବା ପାଇଁ ଶନମୁଗରତ୍ନମ ଏହି ଆବେଦନ କରିଛନ୍ତି। ଗତ ମାସରେ ରାଷ୍ଟ୍ରପତି ପଦ ପାଇଁ ସେ ପ୍ରଚାର ଆରମ୍ଭ କରିଛନ୍ତି। ଦେଶର ସଂସ୍କୃତି ବଦଳାଇବା ବେଳେ ସିଙ୍ଗାପୁରକୁ ବିଶ୍ୱରେ ଅଗ୍ରଣୀ ଭାବେ ରଖିବାକୁ ପ୍ରତିଶ୍ରୁତି ଦେଇ ଶନମୁଗରତ୍ନମ ତାଙ୍କର ଅଭିଯାନ ଆରମ୍ଭ କରିଥିଲେ।

ସୂଚନାଯୋଗ୍ୟ, ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ସେପ୍ଟେମ୍ବରରେ ହେବ। ବର୍ତ୍ତମାନର ରାଷ୍ଟ୍ରପତି ହଲିମା ୟାକୁବଙ୍କ ଛଅ ବର୍ଷର କାର୍ଯ୍ୟକାଳ ୧୩ସେପ୍ଟେମ୍ବରରେ ଶେଷ ହେବ। ଦୀର୍ଘ ୨୨ ବର୍ଷର ଦୀର୍ଘ ରାଜନୈତିକ କ୍ୟାରିୟର ପରେ ଶନମୁଗରତ୍ନମ ଚଳିତ ବର୍ଷ ଜୁନରେ ସକ୍ରିୟ ରାଜନୀତିରୁ ଅବସର ନେଇଥିଲେ। ସୂଚନାଯୋଗ୍ୟ, ଶନମୁଗରତ୍ନମଙ୍କ ବ୍ୟତୀତ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଆବଶ୍ୟକ ପ୍ରମାଣପତ୍ର ପାଇବାକୁ ଆଉ ତିନିଜଣ ପ୍ରାର୍ଥୀ ଆବେଦନ କରିଛନ୍ତି। ଏହି ୩ପ୍ରାର୍ଥୀ ଚାଇନାର ମୂଳବାସିନ୍ଦା ଅଟନ୍ତି। ଏଥିମଧ୍ୟରେ ପୂର୍ବତନ ଜିଆଇସି ଇନଭେଷ୍ଟମେଣ୍ଟର ପୂର୍ବତନ ମୁଖ୍ୟ ଏନଜି କାଂକ ସଙ୍ଗ (୭୫), ଉଦ୍ୟୋଗୀ ବା ଏଣ୍ଟରପ୍ରେନ୍ୟୋର ଜର୍ଜ ଗୋହ (୬୩) ଏବଂ ପୂର୍ବତନ ରାଷ୍ଟ୍ରପତି ପ୍ରାର୍ଥୀ ତାନ କିନ ଲିଆନ (୭୫) ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri