ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack) ହୋଇଛି। ଏଥିଯୋଗୁ ତାଙ୍କୁ ମୁମ୍ବାଇର ପ୍ରସିଦ୍ଧ ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଏପ୍ରିଲ ୧୧ ତାରିଖ ସା ପ୍ରାୟ ୭:୩୦ ସମୟରେ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା। ବର୍ତ୍ତମାନ ସେ ଆଇସିୟୁ (ICU) ରେ ଅଛନ୍ତି ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କୁହାଯାଉଛି। ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲର ଡାକ୍ତର ପ୍ରତୀତ ସାମଦାନୀ ଏହି ଖବରକୁ ନିଶ୍ଚିତ କରିଛନ୍ତି।
ହସ୍ପିଟାଲ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗାୟିକା ଜଣକ ଅସ୍ବାଭାବିକ ଅନୁଭବ କରିବା ସହ ପ୍ରବଳ ମୁଣ୍ଡବିନ୍ଧା ଅଭିଯୋଗ କରିଥିଲେ, ଯାହା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଏପର୍ଯ୍ୟନ୍ତ ପରିବାର ପକ୍ଷରୁ କୌଣସି ଆଧିକାରିକ ବିବୃତ୍ତି ଜାରି କରାଯାଇ ନାହିଁ। ହସ୍ପିଟାଲ ବାହାରେ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ଅଧିକ ସୂଚନା ମିଳିପାରି ନାହିଁ। ଏହି ଖବର ପ୍ରଚାରିତ ହେବା ପରେ ସଙ୍ଗୀତ ପ୍ରେମୀ ଏବଂ ତାଙ୍କର ପ୍ରଶଂସକମାନେ ଚିନ୍ତା ପ୍ରକଟ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଆଶା ଭୋସଲେ ସଂଗୀତ ଜୀବନ ଦେଖିଲେ, ସେ ନିଜର ଦୀର୍ଘ ୭ ଦଶନ୍ଧିର କ୍ୟାରିୟରରେ ପ୍ରାୟ ୧୬,୦୦୦ ରୁ ଅଧିକ ଗୀତ ଗାଇଛନ୍ତି। ୧୯୪୮ ମସିହାରେ ‘ଚୁନରିଆ’ ଚଳଚ୍ଚିତ୍ରର ‘ସାୱନ ଆୟା ହୈ’ ଗୀତରୁ ସେ ନିଜର ଯାତ୍ରା ଆରମ୍ଭ କରିଥିଲେ। ସେ କେବଳ ହିନ୍ଦୀ ନୁହେଁ, ବରଂ ଓଡ଼ିଆ, ମରାଠୀ, ବଙ୍ଗଳା, ଗୁଜରାଟୀ, ତାମିଲ ଏବଂ ରୁଷୀୟ ଭଳି ଅନେକ ଭାଷାରେ ନିଜ କଣ୍ଠର ଯାଦୁ ବିଛେଇଛନ୍ତି। ବର୍ତ୍ତମାନ ସମସ୍ତେ ୯୨ ବର୍ଷୀୟା ଏହି ଗାୟିକାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବାକୁ ଅପେକ୍ଷା କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri