ପାଲାଗାୟକ ଚିନ୍ମୟ ବଳଭଦ୍ର ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର, ୮।୫ (ବ୍ୟୁରୋ): ବିଶିଷ୍ଟ ପାଲା ଗାୟକ ଚିନ୍ମୟ ବଳଭଦ୍ର ପଣ୍ଡାଙ୍କ ପରଲୋକ ହୋଇଛି। ଗୁରୁବାର ରାତିରେ ଗଣ୍ଡରପୁରସ୍ଥିତ ତାଙ୍କ ଝିଅ ଘରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ। କୋଭିଡ୍‌ କଟକଣା ମଧ୍ୟରେ ପୈତୃକ ଗାଁ ପୁରୀ ଜିଲା ପିପିଲି ସୁରଙ୍ଗପଲ୍ଲୀରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ପାଲା ଜଗତରେ ନୂଆ ଧାରା ସୃଷ୍ଟି କରିଥିଲେ ବଳଭଦ୍ର। ପାଲାରେ ଭାଗବତ ସହ ଆଧ୍ୟାତ୍ମିକ ଚିନ୍ତନ, ସାମାଜିକ ବାର୍ତ୍ତା, ସମାଜ ଶିକ୍ଷା, ଅନ୍ଧବିଶ୍ୱାସ ଓ କୁସଂସ୍କାର ବିରୋଧରେ ସଚେତନତା ଆଦିକୁ ଯୋଡିଥିଲେ। ସେ ଶ୍ରୀଜଗନ୍ନାଥ ପାଲା ଗବେଷଣା ପ୍ରତିଷ୍ଠାନର ଉପାଧ୍ୟକ୍ଷ ଥିଲେ। ତାଙ୍କ ବିୟୋଗରେ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦ ସଭାପତି ମଦନମୋହନ ଜେନା, ଶ୍ରୀ ଜଗନ୍ନାଥ ପାଲା କଳାକାର ମହାସଂଘ ସଭାପତି ନିରଞ୍ଜନ ସ୍ବାଇଁ, ସୁରେନ୍ଦ୍ର ନାଥ ଛୋଟରାୟ, ନାରାୟଣ ମହାରଣା, ବନମାଳୀ ପତି, ଦୁଷ୍ମନ୍ତ କୁମାର ବେହେରା, ବିଶ୍ୱଜିତ ନାୟକ, ମୁରଲୀଧର ପଣ୍ଡା, ଅଜୟ ମହାପାତ୍ର, ସୋନିଆ ମହାପାତ୍ର, ଧୀର ମହାରଣା, ବେଣୁଧର ଷଡଙ୍ଗୀ,ବସନୁ ମହାରଣା, ନିର୍ଦ୍ଦେଶକ ଅଞ୍ଜନ କୁମାର ଜେନା ପ୍ରମୁଖ ଶୋକବ୍ୟକ୍ତ କରିବା ସହିତ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri