ଭେଣ୍ଟିଲେଟର୍‌ରେ ହ୍ୟୁମାନ ସାଗର: କାନ୍ଦି କାନ୍ଦି ସହାୟତା ଲୋଡିଲେ ମା’

ଭୁବନେଶ୍ୱର,୧୫।୧୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର କିଡ୍‌ନୀ ଏବଂ ଲିଭରଜନିତ ରୋଗରେ ପୀଡ଼ିତ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକରୁ ଏମ୍‌ସ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଏହି ସମୟରେ ପୁଅର ଚିକିତ୍ସା ପାଇଁ ସହାୟତା ଦେବାକୁ ତାଙ୍କ ମା’ ଆକୁଳ ନିବେଦନ କରିଛନ୍ତି। ସେ କହିଛନ୍ତି, ମୋ ପୁଅ ଭେଣ୍ଟିଲେଟର୍‌ରେ ଅଛି। ଦୟାକରି ମୋ ପୁଅ ବାହାରକୁ ନେଇ ଚିକିତ୍ସା କରନ୍ତୁ ବୋଲି ସେ କାନ୍ଦି କାନ୍ଦି ଗଣମାଧ୍ୟମ ଆଗରେ କହିଛନ୍ତି।

ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନ ୧ଟା ୧୦ରେ ହ୍ୟୁମାନଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଜରୁରିକାଳୀନ ବିଭାଗରେ ପ୍ରାରମ୍ଭିକ ସ୍ଥିରତା ପରେ ଇଣ୍ଟେନ୍ସିଭିଷ୍ଟ ତଥା ଇସିଏମ୍‌ଓ ସ୍ପେଶାଲିଷ୍ଟ ଡା. ଶ୍ରୀକାନ୍ତ ବେହେରାଙ୍କ ତତ୍ତ୍ୱାବଧାନରେ ଆଇସିୟୁରେ ତାଙ୍କର ଚିକିତ୍ସା କରାଯାଉଛି। ଭେଣ୍ଟିଲେଟର ସପୋର୍ଟରେ ରହିଥିବା ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ରହିଛି। ପ୍ରାଥମିକ ଚିକିତ୍ସା ପରେ ତାଙ୍କର ମଲ୍ଟି ଅର୍ଗାନ ଡିସ୍‌ଫଙ୍କ୍‌ଶନ୍‌ ସିଣ୍ଡ୍ରୋମ୍‌ (ଏମ୍‌ଓଡିଏସ୍‌) ଯଥା ଏନ୍‌ସେଫାଲୋପାଥି, ଆଘାତ, ଶ୍ୱାସକ୍ରିୟା ବିଫଳତା, ତୀବ୍ର ବୃକକ୍‌ ଆଘାତ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ, କୋଆଗୁଲାପାଥି ଚିହ୍ନଟ ହୋଇଛି। ଏଥିସହ ଅତ୍ୟଧିକ କ୍ରନିକ୍‌ ଯକୃତ ବିଫଳତା, ବିଲାଟେରାଲ ନିମୋନିଆ, ଗୁରୁତର ଏଲ୍‌ଭି ସିଷ୍ଟୋଲିକ୍‌ ଡିସ୍‌ଫଙ୍କ୍‌ସନ ସହିତ ଡିଲାଟେଡ୍‌ କାର୍ଡିଓମାୟୋପାଥି ଚିହ୍ନଟ ହୋଇଥିବା ନେଇ ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ହ୍ୟୁମାନ ଅସୁସ୍ଥ ହୋଇ ଗତ ୧୧ ତାରିଖରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ପାଇଁ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ଫ୍ୟାନ୍ସ ଓ ସେଲିବ୍ରିଟିମାନେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri