ଭେଣ୍ଟିଲେଟର୍‌ରେ ହ୍ୟୁମାନ ସାଗର: କାନ୍ଦି କାନ୍ଦି ସହାୟତା ଲୋଡିଲେ ମା’

ଭୁବନେଶ୍ୱର,୧୫।୧୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର କିଡ୍‌ନୀ ଏବଂ ଲିଭରଜନିତ ରୋଗରେ ପୀଡ଼ିତ ଅଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକରୁ ଏମ୍‌ସ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ଏହି ସମୟରେ ପୁଅର ଚିକିତ୍ସା ପାଇଁ ସହାୟତା ଦେବାକୁ ତାଙ୍କ ମା’ ଆକୁଳ ନିବେଦନ କରିଛନ୍ତି। ସେ କହିଛନ୍ତି, ମୋ ପୁଅ ଭେଣ୍ଟିଲେଟର୍‌ରେ ଅଛି। ଦୟାକରି ମୋ ପୁଅ ବାହାରକୁ ନେଇ ଚିକିତ୍ସା କରନ୍ତୁ ବୋଲି ସେ କାନ୍ଦି କାନ୍ଦି ଗଣମାଧ୍ୟମ ଆଗରେ କହିଛନ୍ତି।

ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନ ୧ଟା ୧୦ରେ ହ୍ୟୁମାନଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଜରୁରିକାଳୀନ ବିଭାଗରେ ପ୍ରାରମ୍ଭିକ ସ୍ଥିରତା ପରେ ଇଣ୍ଟେନ୍ସିଭିଷ୍ଟ ତଥା ଇସିଏମ୍‌ଓ ସ୍ପେଶାଲିଷ୍ଟ ଡା. ଶ୍ରୀକାନ୍ତ ବେହେରାଙ୍କ ତତ୍ତ୍ୱାବଧାନରେ ଆଇସିୟୁରେ ତାଙ୍କର ଚିକିତ୍ସା କରାଯାଉଛି। ଭେଣ୍ଟିଲେଟର ସପୋର୍ଟରେ ରହିଥିବା ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ରହିଛି। ପ୍ରାଥମିକ ଚିକିତ୍ସା ପରେ ତାଙ୍କର ମଲ୍ଟି ଅର୍ଗାନ ଡିସ୍‌ଫଙ୍କ୍‌ଶନ୍‌ ସିଣ୍ଡ୍ରୋମ୍‌ (ଏମ୍‌ଓଡିଏସ୍‌) ଯଥା ଏନ୍‌ସେଫାଲୋପାଥି, ଆଘାତ, ଶ୍ୱାସକ୍ରିୟା ବିଫଳତା, ତୀବ୍ର ବୃକକ୍‌ ଆଘାତ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ, କୋଆଗୁଲାପାଥି ଚିହ୍ନଟ ହୋଇଛି। ଏଥିସହ ଅତ୍ୟଧିକ କ୍ରନିକ୍‌ ଯକୃତ ବିଫଳତା, ବିଲାଟେରାଲ ନିମୋନିଆ, ଗୁରୁତର ଏଲ୍‌ଭି ସିଷ୍ଟୋଲିକ୍‌ ଡିସ୍‌ଫଙ୍କ୍‌ସନ ସହିତ ଡିଲାଟେଡ୍‌ କାର୍ଡିଓମାୟୋପାଥି ଚିହ୍ନଟ ହୋଇଥିବା ନେଇ ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ହ୍ୟୁମାନ ଅସୁସ୍ଥ ହୋଇ ଗତ ୧୧ ତାରିଖରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ପାଇଁ ଏମ୍‌ସକୁ ସ୍ଥାନାନ୍ତର କରାଯାଇଛି। ଫ୍ୟାନ୍ସ ଓ ସେଲିବ୍ରିଟିମାନେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri