କେକେଙ୍କ ହୋଇଛି ସ୍ବାଭାବିକ ମୃତ୍ୟୁ, ଗୁରୁବାର ହେବ ଅନ୍ତିମ ସଂସ୍କାର

ବଲିଉଡର ପ୍ରସିଦ୍ଧ ଗାୟକ କେକେ ମାତ୍ର ୫୩ ବର୍ଷ ବୟସରେ ଆଖି ବୁଜିଛନ୍ତି । କୋଲକାତାରେ ଲାଇଭ କନ୍‌ସର୍ଟ ପରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। କେକେଙ୍କ ଦେହାନ୍ତ ଖବର ଫ୍ୟାନ୍ସ ତଥା ବଲିଉଡ ଇଣ୍ଡଷ୍ଟ୍ରିକୁ ସ୍ତବ୍ଧ କରି ଦେଇଛି। କେକେଙ୍କ ମୃତଦେହ ପୋଷ୍ଟମର୍ଟମ ପରେ ପଶ୍ଚିମବଙ୍ଗର ରବୀନ୍ଦ୍ର ସଦନରେ କେକେଙ୍କୁ ଗନ ସାଲ୍ୟୁଟ ଦିଆଯାଇଛି। କାଗଜପତ୍ର କାମ ସରିବା ପରେ ତାଙ୍କ ମରଶରୀରକୁ କୋଲକାତା ବିମାନବନ୍ଦରକୁ ଅଣାଯାଇଛି। ଆଜି ରାତି ୮.୧୫ରେ ବିମାନ ମୁମ୍ବାଇରେ ଅବତରଣ କରିବ। କେକେଙ୍କ ଶେଷ ଦର୍ଶନ ପାଇଁ ତାଙ୍କ ଭର୍ସୋଭାସ୍ଥିତ କମ୍ପ୍ଲେକ୍ସ ହଲରେ ରଖାଯିବ। ଗୁରୁବାର ସକାଳ ୯ଟା ପରେ ଭର୍ସୋଭା ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯିବ।
ଅନ୍ୟପକ୍ଷରେ କେକେଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟର ପ୍ରାଥମିକ ରିପୋର୍ଟ ସାମ୍ନାକୁ ଆସିଛି। ଏଥିରେ ଅସ୍ବାଭାବିକ ମୃତ୍ୟୁକୁ ନେଇ ଚାଲିଥିବା ଚର୍ଚ୍ଚାକୁ ଖଣ୍ଡନ କରାଯାଇଛି। ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।
ମଙ୍ଗଳବାର ରାତିରେ କୋଲକାତାରେ ଏକ ଇଭେଣ୍ଟରେ ଲାଇଭ ଶୋ’ ଶେଷ କରି ହୋଟେଲ ଯିବାପରେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା। ଏହାପରେ ତାଙ୍କୁ ନିକଟସ୍ଥ ସିଏମ୍‌ଆର୍‌ଆଇ ହସ୍ପିଟାଲକୁ ନିଆଯାଇଥିଲା। କିନ୍ତୁ ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri