ଦିବାକରଙ୍କୁ ସହାୟତାର ହାତ ବଢ଼ାଇଲେ କଣ୍ଠଶିଳ୍ପୀ ରୁକୁ ସୁନା

ନୂଆପଡ଼ା,୨୪ା୪ (ମକାରୁ ବେମାଲ):ବାଇକ୍‌ ଦୁର୍ଘଟଣାରେ ଗୋଡ ହରାଇଥିବା ବ୍ୟକ୍ତିଙ୍କୁ କଣ୍ଠଶିଳ୍ପୀ ରକଷ୍ଟାର ରୁକୁ ସୁନା ସହାୟତାର ହାତ ବଢାଇଛନ୍ତି। ବୁଧବାର ସେ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ପୀଡିତଙ୍କୁ ଭେଟି ତାଙ୍କ ପରିବାରକୁ ନଗଦ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ, ନୂଆପଡ଼ା ଜିଲା ତିଖାଳି ମହୋତ୍ସବର ୧୫ ତାରିଖ ସନ୍ଧ୍ୟାରେ କଣ୍ଠଶିଳ୍ପୀ ସୁନାଙ୍କ କାର୍ଯ୍ୟକ୍ରମ ରହିଥିଲା। କୋମନା ବ୍ଲକ ଠିକପାଲି ପଞ୍ଚାୟତ ବାବୁପାଲି ଗଁାର ଦିବାକର ସୁନାନୀ ତାଙ୍କ କାର୍ଯ୍ୟକ୍ରମ ଦେଖିବା ପାଇଁ ବାହାରିଥିଲେ। ବାଇକ୍‌ରେ ଯାଉଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଅଚେତ ହୋଇପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେବା ପରେ ଡାକ୍ତର ଗୋଟିଏ ଗୋଡ ଭାଙ୍ଗିଯାଇଛି ବୁର୍ଲା ବଡ ଡାକ୍ତରଖାନା ନେଇ ଅସ୍ତ୍ରୋପଚାର କରିବାକୁ ପଡିବ ବୋଲି ପରାମର୍ଶ ଦେଇଥିଲେ। ହେଲେ ପରିବାର ଲୋକେ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ଲକ୍ଷେ ଟଙ୍କା ଜମା କଲେ ଗୋଡ ଅସ୍ତ୍ରୋପଚାର ହେବ ବୋଲି କହିଥିଲେ। ପରିବାର ଲୋକେ ଜମିବାଡି, ସୁନାଗହଣା ବିକ୍ରୟ କରି ୭୦ ହଜାର ଟଙ୍କା ଦେବାପରେ ଦିବାକରଙ୍କ ଗୋଡ ଅପରେଶନ କରାଯାଇ କାଟି ଦିଆଯାଇଛି। ତାଙ୍କର ସ୍ତ୍ରୀ ଓ ଦୁଇ ପିଲା ଏବେ ଅସହାୟ ହୋଇପଡିଛନ୍ତି। ଏ ନେଇ ଦିବାକର ସାମାଜିକ ଗଣମାଧ୍ୟମରେ ଭିଡିଓ ବାର୍ତ୍ତା ମାଧ୍ୟମରେ ସାହାଯ୍ୟ ଲୋଡିଥିଲେ। ରୁକୁ ସୁନା ଏହା ଜାଣିପାରି ନିଜ ମ୍ୟାନେଜରଙ୍କ ସହ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ଥିଲେ। ସେ ଦିବାକରଙ୍କ ଦ୍ରୁତ ଆରୋଗ୍ୟ କାମନା କରିବା ସହ ନଗଦ ୧୦ ହଜାର ଟଙ୍କା ଆର୍ଥତ୍କ ସହାୟତା ପ୍ରଦାନ କରିଥିଲେ ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri