Posted inଜାତୀୟ

ପୈତୃକ ଗାଁରେ ହେବ ପଞ୍ଜାବୀ ଗାୟକଙ୍କ ଅନ୍ତିମ ସଂସ୍କାର. ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ଚଣ୍ଡିଗଡ଼,୩୧ ।୫: ପଞ୍ଜାବି ଗାୟକ ସିଦ୍ଧୁ ମୁସେୱାଲାଙ୍କ ପରଲୋକ ଏବେ ଖୁବ୍ ଚର୍ଚ୍ଚାର ବିଷୟ ପାଲଟିଛି । ରବିବାର ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବେଳେ ସୋମବାର ଡାକ୍ତରଙ୍କ ଏକ ପ୍ୟାନେଲ ମୃତ ଶରୀରର ପୋଷ୍ଟମର୍ଟମ କରିଛନ୍ତି । ଡାକ୍ତରଙ୍କ ରିପୋର୍ଟରେ ଦର୍ଶାଯାଇଛି ଯେ ମୁସେୱାଲାଙ୍କ ଶରୀରେ ୧୯ଟି କ୍ଷତ ରହିଛି । ଏହାସହ ତାଙ୍କ ଶରୀରରୁ ଏକ ଗୁଳି ବି ବାହାରିଛି । ତାଙ୍କ ବାହୁ ଓ ଜଙ୍ଘରେ ଆଘାତ ଲାଗିଛି । ଡାକ୍ତର ପ୍ରାଥମିକ ଯାଞ୍ଚରୁ ଜାଣିପାରିଛନ୍ତି ଯେ ମୁସେୱାଲାଙ୍କ ଶରୀରରେ ଇଣ୍ଟରନାଲ ବ୍ଲିଡିଙ୍ଗ ଯୋଗୁ ତାଙ୍କର ମୃତ୍ୟୁ ହୋଇଛି । ଏହାହିଁ ତାଙ୍କ ମୃତ୍ୟୁର କାରଣ ହୋଇଥାଇପାରେ ବୋଲି କୁହାଯାଉଛି ।
ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମଙ୍ଗଳବାର ସିଦ୍ଧୁଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡିଛି । ତେବେ ତାଙ୍କର ଅନ୍ତିମ ସସ୍କାର ପୈତୃକ ଗ୍ରାମ ମୁସାରେ କରାଯିବ ବୋଲି ସୂଚନା ରହିଛି । ଏହା ପୂର୍ବରୁ ସିଦ୍ଧୁଙ୍କ ଘର, ସିଭିଲ ହସ୍ପିଟାଲରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାସହ ସିଲ ବନ୍ଦ ଲଫାପାରେ ପୋଷ୍ଟମର୍ଟମ ରିପୋର୍ଟ ପୋଲିସକୁ ଦିଆଯିବ ବୋଲି ଡାକ୍ତର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri