କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ ତାଙ୍କର ଅଡୁଆ ବଢ଼ିଯାଇଛି। ସୌରିନଙ୍କ ବିରୋଧରେ ଲାଗୁ ହୋଇଥିବା ଜାମିନ ବିହୀନ ଗିରଫ ପରଓ୍ବାନା ଉପରେ ହାଇକୋର୍ଟ ଜାରି କରିଥିବା ରହିତାଦେଶକୁ ହଟାଇ ଦେଇଛନ୍ତି। ଅଦାଲତି ମାମଲାରେ ସୌରିନଙ୍କ ଆଚରଣକୁ ନେଇ ହାଇକୋର୍ଟ ବିରକ୍ତ ପ୍ରକାଶ କରି ଏପରି ଆଦେଶ ଦେଇଛନ୍ତି। ଏଥିସହ ଅଦାଲତରେ କିପରି ସୌରିନ ହାଜର ହେବେ ସେନେଇ ନିମ୍ନ ଅଦାଲତ ଦୃଢ଼ ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶରେ ସ୍ପଷ୍ଟ କରିଛନ୍ତି।
ସୂଚନାନୁସାରେ, ଜଣେ ଯୁବତୀଙ୍କୁ ବିବାହ କରିବା ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଓ ତାଙ୍କଠାରୁ ଲକ୍ଷାଧିକ ଟଙ୍କା ନେଇ ନ ଫେରାଇବା ଅଭିଯୋଗ ଆଧାରରେ କଟକ ମହିଳା ଥାନାରେ ପୀଡ଼ିତାଙ୍କ ଏତଲା ଅନୁଯାୟୀ ଏକ ମାମଲା ରୁଜୁ ହୋଇଥିଲା। କଟକ ଏସ୍‌ଡିଜେଏମ୍‌ କୋର୍ଟ ୨୦୨୩ ନଭେମ୍ବର ୨୩ରେ ସୌରିନଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ବାନା (ଏନ୍‌ବିଡବ୍ଲ୍ୟୁ) ଜାରି କରିଥିଲେ। ଏହା ବିରୋଧରେ ସୌରୀନ ହାଇକୋର୍ଟକୁ ଆସିଥିଲେ। ହାଇକୋର୍ଟ ନିମ୍ନ ଅଦାଲତଙ୍କ ଜାମିନ ବିହୀନ ଗିରଫ ପରଓ୍ବାନା ଉପରେ ରହିତାଦେଶ ଜାରି କରିବା ସହ ସୌରିନଙ୍କୁ ନିମ୍ନ ଅଦାଲତରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ସେ ଆତ୍ମସମର୍ପଣ ନ କରି ବାରମ୍ବାର ଦିନ ଗଡ଼ାଇ ଚାଲିଥିଲେ। ଶେଷ ଥର ପାଇଁ ଅଦାଲତଙ୍କୁ ଦେଇଥିବା ତଥ୍ୟ ମୁତାବକ ଗତ ୨୦ ତାରିଖ ପୂର୍ବରୁ ସେ ନିମ୍ନ ଅଦାଲତରେ ଆତ୍ମସମର୍ପଣ କରିବେ ବୋଲି ତାଙ୍କ ଓକିଲ ହାଇକୋର୍ଟଙ୍କୁ ଅବଗତ କରିଥିଲେ। ତେବେ ସେ ହାଜର ନ ହେବାରୁ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ରହିତାଦେଶକୁ ହଟାଇ ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri