କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ କରୋନାରୁ ସୁସ୍ଥ ହୋଇଥିଲେ। ହେଲେ କୋଭିଡ୍‌ ପରବର୍ତ୍ତୀ ସ୍ବାସ୍ଥ୍ୟଗତ ଜଟିଳତା କାରଣରୁ ତାଙ୍କୁ ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଥିଲା। ଶରୀରରେ ଅକ୍ସିଜେନ୍‌ ସ୍ତର ହ୍ରାସ ପାଇବାରୁ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ କୋଲକାତା କିମ୍ବା ଚେନ୍ନାଇ ସ୍ଥାନାନ୍ତର କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ହେଲେ ଶନିବାର ରାତି ପ୍ରାୟ ୧୧ଟାରେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡିଛି।

ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସେ ବହୁ ସୁପରହିଟ୍‌ ଗୀତ ଦେଇ ଲୋକଙ୍କ ହୃଦୟକୁ ଛୁଇଁଥିଲେ। ‘କୁଳନନ୍ଦନ’ ଚଳଚ୍ଚିତ୍ରରୁ ସେ ଓଲିଉଡ୍‌ ଜଗତରେ ପ୍ରବେଶ କରିଥିଲେ। ‘ଆଇ ଲଭ୍‌ ୟୁ’, ‘ଚକୋଲେଟ’ ଆଦି ବିଭିନ୍ନ ଚଳଚ୍ଚିତ୍ରରେ ଗୀତଗାଇ ସ୍ବତନ୍ତ୍ର ପରିଚୟ ପାଇଥିଲେ ତପୁ। ତାଙ୍କ ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ଜଗତ ସହ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri