୩୩ ବର୍ଷରେ ଗାୟକ ଟମ୍‌ ପାର୍କରଙ୍କ ପରଲୋକ

ନୂଆଦିଲ୍ଲୀ: ଆଉ ନାହାନ୍ତି ‘ଦ ଓ୍ବାଣ୍ଟେଡ୍‌’ ବ୍ୟାଣ୍ଡର ସଦସ୍ୟ ତଥା ଲୋକପ୍ରିୟ ଗାୟକ ଟମ୍‌ ପାର୍କର। ସେ ଦୀର୍ଘଦିନରୁ ବ୍ରେନ୍‌ ଟ୍ୟୁମରରେ ପୀଡ଼ିତ ଥିଲେ। ଏହାର ଚିକିତ୍ସା ଚାଲୁ ରହିଥିଲେ ହେଁ ବୁଧବାର ସେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୩୩ ବର୍ଷ ବୟସ ହୋଇଥିଲା ।

୨୦୨୦ ଅକ୍ଟୋବରରେ ଟମ୍‌ କର୍କଟ ରୋଗରେ ଆକ୍ରାନ୍ତ ଥିବା ନେଇ ଜଣାପଡ଼ିଥିଲା। ପରେ ତାଙ୍କର କେମୋଥେରାପି ଏବଂ ରେଡିଓଥେରାପି କରାଯାଇ ଚିକିତ୍ସା ଜାରି ରହିଥିଲା। ତଥାପି ସେ ଚଳିତ ବର୍ଷ ଆରମ୍ଭରୁ ନିଜ ବ୍ୟାଣ୍ଡ ସହ ଷ୍ଟେଜ୍‌ ଶୋ’ କରିଥିଲେ। ସେତେବେଳେ ସେ ତାଙ୍କୁ କ୍ୟାନ୍ସର ହୋଇଛି ବୋଲି ଭାବିବାକୁ ଚାହୁଁ ନ ଥିବା କହିଥିଲେ।

ସ୍ତ୍ରୀ କେଲସି ହାର୍ଡଓ୍ବିକ୍‌ ଟମ୍‌ଙ୍କ ମୃତ୍ୟୁକୁ ନେଇ ସ୍ପଷ୍ଟ କରିଛନ୍ତି। ସୋସିଆଲ ମିଡିଆରେ ପରିବାରର ଫଟୋ ଶେୟାର କରି ସେ ଲେଖିଛନ୍ତି, ‘ପରିବାରଲୋକଙ୍କ ଉପସ୍ଥିତିରେ ଟମ୍‌ଙ୍କ ଦେହାନ୍ତ ହୋଇଛି। ଆମର ସବୁକିଛି ସରିଯାଇଛି। ସେ ଆମର ଦୁନିଆ ଥିଲେ। ଆମେ ତାଙ୍କ ହସ ଏବଂ ଉପସ୍ଥିତି ବିନା ଜୀବନକୁ କଳ୍ପନା କରିପାରୁ ନାହୁଁ।’


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟିଂ ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri