‘ସିଙ୍ଘମ ଏଗେନ୍‌’ରେ ପୁଣି ଧମାଲ କରିବ ରୋହିତ ଶେଟ୍ଟୀ, ଅଜୟ ଦେବଗନଙ୍କ ଯୋଡି

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅଜୟ ଦେବଗନ ବର୍ତ୍ତମାନ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଭୋଳା’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଯଦି ଆମେ ଅଜୟ ଦେବଗନଙ୍କ ସର୍ବୋତ୍ତମ ଚଳଚ୍ଚିତ୍ର ବିଷୟରେ କହିବା ତେବେ ଫିଲ୍ମ ‘ସିଙ୍ଘମ’ନାମ ନିଶ୍ଚିତ ଭାବରେ ଶୀର୍ଷ ତାଲିକାରେ ଅନ୍ତର୍ଭୂକ୍ତ ହେବ। ଏବେ ପର୍ଯ୍ୟନ୍ତ ଅଜୟ ‘ସିଙ୍ଘମ’ ଏବଂ ‘ସିଙ୍ଘମ ରିଟର୍ନସ୍‌’ ମାଧ୍ୟମରେ ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଛନ୍ତି। ଏଥିସହିତ ‘ସିଙ୍ଘମ ଏଗେନ୍‌’ ତଥା ଫିଲ୍ମର ତୃତୀୟ ଭାଗକୁ ନେଇ ପୂର୍ବରୁ ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ଘୋଷଣା କରିଥିଲେ। ତେବେ ଏହି ସମୟରେ
‘ସିଙ୍ଘମ ଏଗେନ୍‌’ ର ରିଲିଜ ତାରିଖ ବିଷୟରେ ଏକ ଖବର ସାମ୍ନାକୁ ଆସିଛି। ସୋମବାର ପ୍ରସିଦ୍ଧ ଚଳଚ୍ଚିତ୍ର ସମାଲୋଚକ ତରଣ ଆଦର୍ଶଙ୍କଠାରୁ ଏକ ବଡ ଅପ୍‌ଡେଟ ସାମ୍ନାକୁ ଆସିଛି। ବାସ୍ତବରେ, ତରଣ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ନୂତନ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି ଯେ ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ଏବଂ ଅଭିନେତା ଅଜୟ ଦେବଗନଙ୍କ ଆଗାମୀ ଚଳଚ୍ଚିତ୍ର ‘ସିଙ୍ଘମ ଏଗେନ୍‌’ ୨୦୨୪ ଦିଓ୍ବାଲୀ ଅବସରରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri