ସମସ୍ୟା ଘେରରେ ସିଂହପୁର ଉଚ୍ଚ ବିଦ୍ୟାଳୟ

ସିଂହପୁର,୭।୮(ଅନଙ୍ଗ ଉଦୟ ବେଉରିଆ ): ଯାଜପୁର ଜିଲା ବିଂଝାରପୁର ବ୍ଲକର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଂହପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ୧୯୫୮ରେ ସ୍ଥାନୀୟ ଅଞ୍ଚଳବାସୀ ଏବଂ ବୁଦ୍ଧିଜୀବୀଙ୍କ ଉଦ୍ୟମରେ ଏହି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହୋଇଥିଲା। ବିଦ୍ୟାଳୟରୁ ପାଠ ପଢି ଅନେକ ବ୍ୟକ୍ତି ଆଜି ବିଭିନ୍ନ ପଦପଦବିରେ ରହିବା ସହିତ ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି। ହେଲେ ବିଦ୍ୟାଳୟ ଏବେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ବିଦ୍ୟାଳୟରେ ୧୮୪ ଛାତ୍ରୀଛାତ୍ରୀ ପାଠ ପଢୁଛନ୍ତି। ଆବଶ୍ୟକ ଶ୍ରେଣୀ ଗୃହ ନ ଥିବାରୁ ପାଠପଢାରେ ସମସ୍ୟା ସୃଷ୍ଟି ହେଉଛି । ବିଦ୍ୟାଳୟ ବିଜ୍ଞାନ ଏବଂ ଓଡ଼ିଆ ଶିକ୍ଷକ ପଦବୀ ଖାଲିପଡ଼ିଛି । ଫଳରେ ଏହି ଦୁଇ ବିଷୟ ପାଠପଢାରେ ବାଧା ହେଉଛି ।

ବିଦ୍ୟାଳୟରେ ରୋଷେଇ ଘର ନାହିଁ । ଏପରିକି ବିଦ୍ୟାଳୟ ପରିସରରେ ଥିବା ଖେଳ ପଡ଼ିଆରେ ବର୍ଷା ଦିନେ ପାଣି ଜମି ରହୁଛି । ଫଳରେ ଛାତ୍ରୀଛାତ୍ରମାନେ ଖେଳିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ବାରିକ ସମସ୍ୟା ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିବା କହିଛନ୍ତି। ସମସ୍ୟାରେ ଥିବା ଏହି ପୁରାତନ ଶିକ୍ଷାନୁଷ୍ଠାନ ପ୍ରତି ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ କର୍ତ୍ତୃପକ୍ଷ ଏବଂ ପ୍ରଶାସନ ନିକଟରେ ଅବିଭାବକ ଏବଂ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri