ସମସ୍ୟା ଘେରରେ ସିଂହପୁର ଉଚ୍ଚ ବିଦ୍ୟାଳୟ

ସିଂହପୁର,୭।୮(ଅନଙ୍ଗ ଉଦୟ ବେଉରିଆ ): ଯାଜପୁର ଜିଲା ବିଂଝାରପୁର ବ୍ଲକର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଂହପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ୧୯୫୮ରେ ସ୍ଥାନୀୟ ଅଞ୍ଚଳବାସୀ ଏବଂ ବୁଦ୍ଧିଜୀବୀଙ୍କ ଉଦ୍ୟମରେ ଏହି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହୋଇଥିଲା। ବିଦ୍ୟାଳୟରୁ ପାଠ ପଢି ଅନେକ ବ୍ୟକ୍ତି ଆଜି ବିଭିନ୍ନ ପଦପଦବିରେ ରହିବା ସହିତ ସମାଜରେ ପ୍ରତିଷ୍ଠିତ ହୋଇଛନ୍ତି। ହେଲେ ବିଦ୍ୟାଳୟ ଏବେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ବିଦ୍ୟାଳୟରେ ୧୮୪ ଛାତ୍ରୀଛାତ୍ରୀ ପାଠ ପଢୁଛନ୍ତି। ଆବଶ୍ୟକ ଶ୍ରେଣୀ ଗୃହ ନ ଥିବାରୁ ପାଠପଢାରେ ସମସ୍ୟା ସୃଷ୍ଟି ହେଉଛି । ବିଦ୍ୟାଳୟ ବିଜ୍ଞାନ ଏବଂ ଓଡ଼ିଆ ଶିକ୍ଷକ ପଦବୀ ଖାଲିପଡ଼ିଛି । ଫଳରେ ଏହି ଦୁଇ ବିଷୟ ପାଠପଢାରେ ବାଧା ହେଉଛି ।

ବିଦ୍ୟାଳୟରେ ରୋଷେଇ ଘର ନାହିଁ । ଏପରିକି ବିଦ୍ୟାଳୟ ପରିସରରେ ଥିବା ଖେଳ ପଡ଼ିଆରେ ବର୍ଷା ଦିନେ ପାଣି ଜମି ରହୁଛି । ଫଳରେ ଛାତ୍ରୀଛାତ୍ରମାନେ ଖେଳିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ବାରିକ ସମସ୍ୟା ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିବା କହିଛନ୍ତି। ସମସ୍ୟାରେ ଥିବା ଏହି ପୁରାତନ ଶିକ୍ଷାନୁଷ୍ଠାନ ପ୍ରତି ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ କର୍ତ୍ତୃପକ୍ଷ ଏବଂ ପ୍ରଶାସନ ନିକଟରେ ଅବିଭାବକ ଏବଂ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?