Posted inଜାତୀୟ

ସିନ୍ଧୁ ସୀମାରେ କୃଷକ-ସାଧାରଣ ଜନତା ମୁହାଁମୁହିଁ

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସୀମାରେ କୃଷି ଆଇନକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି । କୃଷକ ନେତା ରାକେଶ ଟିକୈତଙ୍କ କାନ୍ଦ ପରେ ଏହି ଆନ୍ଦୋଳନ ଆହୁରି ତିବ୍ର ରୂପ ନେଇଛି । ଗାଜିପୁର ସୀମାରେ ପଶ୍ଚିମ ଉତ୍ତର ପ୍ରଦେଶ ଓ ହରିୟାଣାରୁ ଆସିଥିବା କୃଷକ ଏକାଠି ହେବା ପରେ ଆନ୍ଦୋଳନ ତିବ୍ର ରୂପ ନେଇଛି । ସେହିପରି ସିନ୍ଧୁ ସୀମାରେ ସ୍ଥାନୀୟ ଜନତା ଓ କୃଷକଙ୍କ ମଧ୍ୟରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଛି । ସ୍ଥାନୀୟ ଲୋକେ କୃଷକଙ୍କ ଉପରେ ପଥରମାଡ କରିଥିବା ଜଣାପଡିଛି । ହେଲେ ପୋଲିସ ପରିସ୍ଥିତିକୁ ଆୟତ୍ତ କରି ନେଇଛି । ଏହି ସମୟରେ ପୋଲିସ କେତେଜଣଙ୍କୁ ଗିରଫ ମଧ୍ୟ କରିଛି । ଏହି ଘଟଣାରେ ଅଲିପୁର ଓ ନରେଲା ଏସ୍‌ଏଚ୍‌ଓ ଗୁରୁତର ଆହତ ହୋଇଥିବା ସୂଚନା ମିିଳିଛି । ପ୍ରକାଶଯୋଗ୍ୟ, ସ୍ଥାନୀୟ ଲୋକେ ଏସ୍‌ଏଚ୍‌ଓଙ୍କ ଉପରକୁ ଖଣ୍ଡା ଫୋପାଡିବାରୁ ଏହା ତାଙ୍କ ହାତରେ ବାଜି ସେ ଗୁରୁତର ଆହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri