ମରଣଯନ୍ତା ପାଲଟିଛି ସିଙ୍ଗାରି ଘାଟି ରାସ୍ତା

ଥୁଆମୂଳ ରାମପୁର, ୨୩ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କଲମପୁର-ଥୁଆମୂଳ ରାମପୁର ମୁଖ୍ୟରାସ୍ତାର ସିଙ୍ଗାରି ଘାଟି ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଥୁଆମୂଳ ରାମପୁର ବ୍ଲକବାସୀଙ୍କ ପାଇଁ ଜୀବନରେଖା ସାଜିଥିବା ଏହି ରାସ୍ତା ବର୍ତ୍ତମାନ ମରଣଯନ୍ତା ପାଲଟିଛି। ରାସ୍ତାର ଉନ୍ନତୀକରଣ ତଥା ମରାମତି ପାଇଁ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ସୁଫଳ ମିଳିନାହିଁ। ଏହି ରାସ୍ତା ଦେଇ ନେତା, ମନ୍ତ୍ରୀଠାରୁ ଆରମ୍ଭ କରି ସ୍ଥାନୀୟ ଲୋକ ପ୍ରତିନିଧି ବ୍ଲକ ପରିଦର୍ଶନରେ ଆସୁଥିଲେ ମଧ୍ୟ ଏଥିପ୍ରତି ଦୃଷ୍ଟି ନ ପଡିବା ଦୁର୍ଭାଗ୍ୟଜନକ ବୋଲି ସାଧାରଣରେ ଅଭିଯୋଗ ହେଉଛି। ନିୟମିତ ଭାରିଯାନ ଚଳାଚଳ ଯୋଗୁ ସିଙ୍ଗାରି ଘାଟି ରାସ୍ତା ବେହାଲ ହୋଇପଡିଛି। ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରତିବର୍ଷ ମରାମତି ନାଁରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଥିଲେ ମଧ୍ୟ ରାସ୍ତା ଅବସ୍ଥାରେ ପରିବର୍ତ୍ତନ ଦେଖିବାକୁ ମିଳୁନାହିଁ। ସୁରକ୍ଷା ଦୃଷ୍ଟିରୁ ରାସ୍ତାର ଉଭୟ ପାର୍ଶ୍ୱରେ ସୁରକ୍ଷା ବାଡ଼ ଓ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ବର୍ଷା ସମୟରେ ପାହାଡରୁ ଖସୁଥିବା ପାଣି ରାସ୍ତାକୁ ଧୋଇ ନେଉଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ କନିଷ୍ଠଯନ୍ତ୍ରୀ ମିନିକେତନ କାର୍ଜିଙ୍କୁ ପଚାରିବାରୁ ବର୍ତ୍ତମାନ ସୁଦ୍ଧା ଟେଣ୍ଡର କି ସର୍ଭେ ହୋଇନାହିଁ। ଏଠାରେ ଜଙ୍ଗଲ ବିଭାଗର ମୁଖ୍ୟ ଭୂମିକା ରହିଛି। ସେମାନେ ଯେ ପର୍ଯ୍ୟନ୍ତ ଉକ୍ତ ଘାଟି ରାସ୍ତାର ସର୍ଭେ କରି ନାହାନ୍ତି କିମ୍ବା କରିବାକୁ ଦେଇନାହାନ୍ତି ସେ ପର୍ଯ୍ୟନ୍ତ କିଛି ହୋଇପାରିବ ନାହିଁ। ଏହା ରିଜର୍ଭ ଏରିଆ ହୋଇଥିବାରୁ ଆମକୁ ଅନୁମତି ଦେଲେ କିଛି କରିହେବ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri