ଏକାମ୍ର ଆୟକର ଆବାସ ପ୍ରକଳ୍ପ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୩ (ଅଭୟ ଦାଶ): ଆୟକର ବିଭାଗ ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧା ସୁଯୋଗ ବିଶିଷ୍ଟ ବହୁତଳ ପ୍ରାସାଦ ‘ଏକାମ୍ର ଆୟକର ଆବାସ’ ପ୍ରକଳ୍ପ ସୋମବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ ନୂଆଦିଲ୍ଲୀର ଅଧ୍ୟକ୍ଷ ନୀତିନ ଗୁପ୍ତା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ ସହ ଲୋକାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଏଫ୍‌ଏସି ନୂଆଦିଲ୍ଲୀର ପ୍ରଧାନ ମୁଖ୍ୟ ଆୟକର ଆୟୁକ୍ତ ଦେବେନ୍ଦ୍ର ନାରାୟଣ କର, ବିହାର ଏବଂ ଝାଡ଼ଖଣ୍ଡର ପ୍ରଧାନ ମୁଖ୍ୟ ଆୟକର ଆୟୁକ୍ତ ମନୋରଞ୍ଜନ ପାଣିଗ୍ରାହୀ, ଦିଲ୍ଲୀର ପ୍ରଧାନ ମୁଖ୍ୟ ଆୟକର ନିର୍ଦ୍ଦେଶକ (ପ୍ରଶିକ୍ଷଣ) ସୀମାଞ୍ଚଳ ଦାଶଙ୍କ ସମେତ ଆଞ୍ଚଳିକ କାର୍ଯ୍ୟାଳୟ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର ମୋରା ଭୂପାଳ ରେଡ୍ଡୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିବା ବେଳେ ବିଭାଗର ବହୁ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ଗାଡ଼କଣଠାରେ ୫ ଏକର ପରିବ୍ୟାପ୍ତ ସ୍ଥାନରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଛି। ଉକ୍ତ ପ୍ରକଳ୍ପରେ ମୋଟ ୨୦,୫୪୮ ବର୍ଗ.ମି. ଜମିରେ ସମସ୍ତ ପ୍ରକାର ସୁବିଧା ସହିତ ସୁରକ୍ଷା ଓ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି। ସେହିଭଳି ୧୧୫ଟି ଟାଇପ-୩ କ୍ୱାର୍ଟର୍ସ ରହିଥିବାବେଳେ ୮୨ଟି ଟାଇପ-୪ କ୍ୱାର୍ଟର୍ସ ଏବଂ ୨୨ଟି ଟାଇପ-୫ କ୍ୱାର୍ଟର୍ସ ଓ ୬ଟି ଟାଇପ-୬ କ୍ୱାର୍ଟର୍ସ ରହିଛି। ଅପରପକ୍ଷରେ କେନ୍ଦ୍ରୀୟ ସଂସ୍ଥା ବ୍ରିଜ ଆଣ୍ଡ ରୁଫ୍‌ କୋ. (ଇଣ୍ଡିଆ) ଲିମିଟେଡ ଦ୍ୱାରା ଉକ୍ତ ପ୍ରକଳ୍ପର ସମ୍ପୂର୍ଣ୍ଣ କାର୍ଯ୍ୟ କରାଯାଇଛି ବୋଲି ଭୁବନେଶ୍ୱର ଆୟକର କାର୍ଯ୍ୟାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri