ଅଗଷ୍ଟ ୧ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୧ା୬(ବ୍ୟୁରୋ):ଅଗଷ୍ଟ ୧ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ଆରମ୍ଭ ହେବ। ଏନେଇ ସୋମବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏହି ପରୀକ୍ଷା ପାଇଁ ଚଳିତ ମାସ ୨୭ ତାରିଖରୁ ଆବେଦନ ପ୍ରକ୍ରିୟା ଚାଲିବ। ସାମ୍ସ ଜରିଆରେ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ‘ସାମ୍ସ’ର ଓ୍ବେବସାଇଟ୍‌ www.samsodisha.gov.inରେ କମନ୍‌ ଆପ୍ଲିକେଶନ ଫର୍ମ(ସିଏଏଫ୍‌) ଉପଲବ୍ଧ ହେବ। ଜୁଲାଇ ୧୨ ତାରିଖ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୩ ଓ ୧୪ରେ କମନ ଆପ୍ଲିକେଶନ ଫର୍ମରେ ଆବଶ୍ୟକ ସଂଶୋଧନ କରିହେବ। କିନ୍ତୁ ଏହି ସମୟ ମଧ୍ୟରେ ନୂଆ ଆବେଦନ କରିହେବ ନାହିଁ। ଜୁଲାଇ ୨୦ ଅପରାହ୍ନ ୨ଟା ପରଠୁ ଛାତ୍ରୀଛାତ୍ରମାନେ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ। ଅଗଷ୍ଟ ୧ରୁ ପ୍ରବେଶିକା ପରୀକ୍ଷା ଆରମ୍ଭ ହୋଇ ୧୩ ତାରିଖ ମଧ୍ୟରେ ସରିବ। ତେବେ ଅଗଷ୍ଟ ୭, ୯ ଓ ୧୧ରେ କୌଣସି ପରୀକ୍ଷା ହେବ ନାହିଁ। ଅଗଷ୍ଟ ୨୫ରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଯୋଗ୍ୟ ପ୍ରାର୍ଥୀମାନେ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଚଏସ୍‌ ଫିଲିଂ କରିବେ। ସେପ୍ଟେମ୍ବର ୫ରେ ସିଟ୍‌ ଆଲଟମେଣ୍ଟ କରାଯିବ ଏବଂ ୬ ଓ ୭ ତାରିଖରେ ପ୍ରଥମ ପର୍ଯ୍ୟୟ ନାମଲେଖା ଅନୁଷ୍ଠିତ ହେବ। ସେହିଭଳି ସେପ୍ଟେମ୍ବର ୧୩ ଅପରାହ୍ନ ୧୨ଟାରେ ଦ୍ୱିତୀୟ ପର୍ଯ୍ୟାୟ ସିଟ୍‌ ଆଲଟମେଣ୍ଟ କରାଯିବ। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ୧୪ ଓ ୧୫ ତାରିଖ ଦୁଇଦିନ ଚାଲିବ। ଖାଲି ସିଟ୍‌ ନେଇ ୨୦ ତାରିଖରେ ସାମ୍ସ ୱେବସାଇଟ୍‌ରେ ସୂଚନା ପ୍ରକାଶ ପାଇବ। ୨୩ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଏ ସମ୍ପର୍କରେ ଅଧିକ ଜାଣିବା ନିମନ୍ତେ ଦୁଇଟି ହେଲ୍ପଲାଇନ ନମ୍ବର – ୧୫୫୩୩୫/୧୮୦୦-୩୪୫-୬୭୭୦ ଜାରି କରାଯାଇଛି। ଏନେଇ www.samsodisha.gov.in ରେ ମଧ୍ୟ ଲଗ୍‌ ଇନ୍‌ କରି ଅଧିକ ସୂଚନା ପାଇପାରିବେ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri