ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସମସ୍ତ ୟୁଜି ଫାଇନାଲ ସେମିଷ୍ଟର ପରୀକ୍ଷା (ବ୍ୟାକ୍‌ ପେପରକୁ ଛାଡ଼ି) ଅଗଷ୍ଟ ୧୯ ସୁଦ୍ଧା ଶେଷ ହେବ। ୟୁଜିର ବ୍ୟାକ୍‌ ପେପର ସମେତ ଫାଇନାଲ ସେମିଷ୍ଟର ପରୀକ୍ଷା ଫଳ ସେପ୍ଟେମ୍ବର ୨୭ ମଧ୍ୟରେ ପ୍ରକାଶ ପାଇବ। ସମସ୍ତ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ଶେଷହୋଇ ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ସୁଦ୍ଧା ପ୍ରକାଶ ପାଇବ। ଏଥିସହିତ ୨୦୨୧ ବର୍ଷର ଏକକ ପିଜି ପ୍ରବେଶିକା ପରୀକ୍ଷା ଅଗଷ୍ଟ ୨୩ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧ ମଧ୍ୟରେ ଶେଷ କରାଯିବ। ଅକ୍ଟୋବର ୧୫ରୁ ପିଜି ଶ୍ରେଣୀରେ ନାମଲେଖା ଆରମ୍ଭ ହେବ। ଶୁକ୍ରବାର ଅନୁଷ୍ଠିତ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତି ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି।
ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରଠାରେ ଆୟୋଜିତ ଏହି ସମ୍ମିଳନୀରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି, ଉଚ୍ଚଶିକ୍ଷାର ଗୁଣାତ୍ମକ ଅଭିବୃଦ୍ଧି ନିମନ୍ତେ ଅନେକଗୁଡ଼ିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାର ସଫଳ ରୂପାୟନ ନିମନ୍ତେ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କର ଦୃଢ଼ ନେତୃତ୍ୱ ଆବଶ୍ୟକ। କୁଳପତିମାନେ କାର୍ଯ୍ୟକ୍ଷେତ୍ରରେ ଉଦାହରଣ ସୃଷ୍ଟି କରି ବିଶ୍ୱବିଦ୍ୟାଳୟଗୁଡ଼ିକୁ ଗୋଟିଏ ଗୋଟିଏ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କରୋନା ଯୋଗୁ ଶିକ୍ଷା ବ୍ୟବସ୍ଥା ବ୍ୟାପକ ଭାବରେ ପ୍ରଭାବିତ ହୋଇଥିଲେ ମଧ୍ୟ ଗତବର୍ଷ ୟୁଜି ଓ ପିଜିରେ ଶେଷ ବର୍ଷ ଫାଇନାଲ ସେମିଷ୍ଟର ପରୀକ୍ଷା କରାଯାଇଥିଲା। ଚଳିତବର୍ଷ ମଧ୍ୟ ଅନ୍‌ଲାଇନ୍‌ରେ ଏସବୁ ପରୀକ୍ଷା ସୁରୁଖୁରୁରେ ସମ୍ପନ୍ନ ହେବ। ଏଥିସହିତ କୁଳପତିମାନଙ୍କ ପରାମର୍ଶରେ ୨୦୨୧ର ଏକକ ପିଜି ପ୍ରବେଶିକା ପରୀକ୍ଷା କରାଯିବ। ସେହିଭଳି ପିଏଚ୍‌ଡି ପ୍ରୋଗ୍ରାମରେ ଅହେତୁକ ବିଳମ୍ବକୁ ହ୍ରାସ କରିବା ନିମନ୍ତେ ପିଏଚ୍‌ଡି ରେଜିଷ୍ଟ୍ରେଶନ୍‌, ପରୀକ୍ଷା ଫଳ ପ୍ରକାଶନ ଏବଂ ମୌଖିକ ପରୀକ୍ଷା ଆଦି କ୍ଷେତ୍ରରେ ସର୍ବାଧିକ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ରହିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି।
ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ ଓ କୁଳପତିମାନେ ଯୋଗଦେଇ ୟୁଜି ଓ ପିଜି ଶେଷବର୍ଷ ଫାଇନାଲ ସେମିଷ୍ଟର ପରୀକ୍ଷା ପରିଚାଳନା ବିଷୟରେ ବିଶଦ ଆଲୋଚନା କରିଥିଲେ। ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର, ପରୀକ୍ଷା ନିୟନ୍ତ୍ରକ, ବିତ୍ତ ନିୟନ୍ତ୍ରକଙ୍କ ସମେତ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri