ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩।୭ (ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ବୁଧବାରଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଆରମ୍ଭ ହେବ। ଏହି ପରୀକ୍ଷା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିନକୁ ୩ଟି ଶିଫ୍ଟରେ ପରୀକ୍ଷା ହେବ। ପ୍ରଥମ ଶିଫ୍ଟ ପୂର୍ବାହ୍ନ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବାକୁ ଥିବାବେଳେ ଦ୍ୱିତୀୟ ଶିଫ୍ଟ ଅପରାହ୍ନ ସାଢ଼େ ୧୨ଟାରୁ ସାଢ଼େ ୧ଟା ଏବଂ ତୃତୀୟ ଶିଫ୍ଟ ଅପରାହ୍ନ ୩ଟାରୁ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ପ୍ରତ୍ୟେକ ଶିଫ୍ଟରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଅତିରିକ୍ତ ୨ମିନିଟ୍‌ ଦିଆଯିବ। ସୂଚନାଯୋଗ୍ୟ, ରାଜ୍ୟରେ ପିଜି ନାମଲେଖା ପାଇଁ ମୋଟ ୧୧୨ଟି ଶିକ୍ଷାନୁଷ୍ଠାନରେ ୨୮,୯୦୬ଟି ସିଟ୍‌ ରହିଛି। ଏହି ସିଟ୍‌ରେ ନାମଲେଖା ପାଇଁ ୨୦୨୪-୨୫ରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେବାକୁ ୬୩,୧୮୪ଜଣ ଆବେଦନ କରିଛନ୍ତି। ଏହି ପରୀକ୍ଷାକୁ ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍‌ଏସ୍‌ବି) ସଞ୍ଚାଳନ କରୁଛି। ୧୨ରୁ ୨୦ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ସେମାନଙ୍କ ସ୍ନାତକ ବା ତତ୍ତୁଲ୍ୟ ମାର୍କ ଅପଡେଟ୍‌ କରିବେ। ତା’ପରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ତେବେ ମେରିଟ୍‌ ଲିଷ୍ଟ ପ୍ରକାଶ ତାରିଖ ସମ୍ପର୍କରେ ପରବର୍ତ୍ତୀ ସମୟରେ ସୂଚନା ଦିଆଯିବ। ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଚୟନ ହୋଇଥିବା ବିଶ୍ୱବିଦ୍ୟାଳୟରେ ନାମ ଲେଖାଇ ପାରିବେ। ଚଳିତବର୍ଷ ତିନୋଟି ପର୍ଯ୍ୟାୟରେ ନାମଲେଖା ହେବ। ପ୍ରତି ପର୍ଯ୍ୟାରେ ୪ ରାଉଣ୍ଡ୍‌ରେ ନାମଲେଖା ହେବ। ଶେଷ ରାଉଣ୍ଡ୍‌ରେ ସ୍ପଟ୍‌ ନାମଲେଖା କରାଯିବ। ଛାତ୍ରୀଛାତ୍ର ଯେଉଁ ରାଉଣ୍ଡ୍‌ରେ ନାମ ଲେଖାଇବାକୁ ଚୟନ ହେବେ, ସେହି ପର୍ଯ୍ୟାୟରେ ନାମ ଲେଖାଇବେ। ନଚେତ ପରବର୍ତ୍ତୀ ପର୍ଯ୍ୟାୟରେ ନାମଲେଖା ପ୍ରକ୍ରିୟାରୁ ବାଦ୍‌ ପଡ଼ିବେ। ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଚାହୁଁଥିଲେ ସ୍ଲାଇଡ୍‌ ଅପସନ୍‌ ଦେଇପାରିବେ। ଚଳିତବର୍ଷ ଓଡ଼ିଆ ବିଶ୍ୱବିଦ୍ୟାଳୟର ଏମ୍‌ଏ ପାଠ୍ୟକ୍ରମ ଓ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଆଚାର୍ଯ୍ୟ (ପିଜି) ପାଠ୍ୟକ୍ରମରେ ନାମଲେଖା ପାଇଁ ମଧ୍ୟ ସିପିଇଟି ପରୀକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?