ଆଜିଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା (ସିପିଇଟି) ପରୀକ୍ଷା ଶୁକ୍ରବାର ଠାରୁ ଆରମ୍ଭ ହେବ। ଜୁନ୍‌ ୨୮ ଓ ୩୦ ତାରିଖକୁ ବାଦ୍‌ ଦେଲେ ଜୁଲାଇ ୪ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ଏହି ପରୀକ୍ଷା ହେବ। ୪୯ଟି ବିଷୟରେ ଏହି ପରୀକ୍ଷା ହେବାକୁ ଥିବାବେଳେ ପୂର୍ବାହ୍ନ ୧୦ଟାରୁ ୧୧ଟାରେ ପ୍ରଥମ ପର୍ଯ୍ୟାୟ, ଅପରାହ୍ନ ୧୨.୩୦ରୁ ୧.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଏବଂ ୩ଟାରୁ ୪ଟା ପର୍ଯ୍ୟନ୍ତ ତୃତୀୟ ପର୍ଯ୍ୟାୟ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଦିନରେ ଆନ୍ଥ୍ରୋପୋଲୋଜି, ଭୂଗୋଳ, ହିନ୍ଦୀ ଏବଂ ଏମ୍‌ବିଏ ବିଷୟରେ ପରୀକ୍ଷା ହେବ। ଚଳିତବର୍ଷ ରାଜ୍ୟର ୧୦୬ଟି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ୨୭ ହଜାର ୩୮୩ଟି ସିଟ୍‌ ପାଇଁ ନାମଲେଖା ହେବ। ତେବେ ସାମ୍‌ସ ପୋର୍ଟାଲ ଅନୁସାରେ ଚଳିତବର୍ଷ ୫୩ ହଜାର ୬୪୧ ଜଣ ଆବେଦନ କରିଛନ୍ତି। ଏସ୍‌ଏସ୍‌ବି ଦ୍ୱାରା ପରୀକ୍ଷା ପରିଚାଳନା ହେବାକୁ ଥିବାବେଳେ ପରୀକ୍ଷାର୍ଥୀମାନେ ରଖିଥିବା ମାର୍କ ସମ୍ପର୍କିତ ତଥ୍ୟ ଜୁଲାଇ ୧୬ରେ ଓକାକ୍‌କୁ ପ୍ରଦାନ କରାଯିବ। ଅନ୍ୟପଟେ ପରୀକ୍ଷାର୍ଥୀମାନେ ଜୁଲାଇ ୮ରୁ ୧୫ ତାରିଖ ମଧ୍ୟରେ ସ୍ନାତକରେ ରଖିଥିବା ମାର୍କ ଅପଡେଟ୍‌ କରିବେ। ପରବର୍ତ୍ତୀ ସମୟରେ ନାମଲେଖା ତାରିଖ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri