ସମସ୍ତ ଜଗନ୍ନାଥ ମନ୍ଦିର ପାଇଁ ଏକକ ନୀତି

ପୁରୀ, ୨୨ା୧୨(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଐତିହ୍ୟ ସ୍ଥାପନା ସଂଯୋଜନା ମଣ୍ଡଳୀର ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମଠ ମହନ୍ତ, ଶ୍ରୋତ୍ରୀୟ ବ୍ରାହ୍ମଣ, ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଉପସ୍ଥିତ ଥିଲେ। ସାରା ରାଜ୍ୟରେ ଥିବା ପ୍ରାୟ ୮ଶହ ଜଗନ୍ନାଥ ମନ୍ଦିରର ତାଲିକା ଶ୍ରୀମନ୍ଦିର ପ୍ରଶାସନ ନିକଟରେ ପହଞ୍ଚିଥିବା ବେଳେ ମନ୍ଦିରଗୁଡ଼ିକର ଐତିହ୍ୟ ବ୍ୟବସ୍ଥାକରଣ ଉପରେ ଆଲୋଚନା ହୋଇଥିଲା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯେଭଳି ନୀତିକାନ୍ତି, ସେବାପୂଜା ଚାଲିଛି, ସେହିଭଳି ଭାବେ ଏହି ସବୁ ମନ୍ଦିରଗୁଡିକୁ ସୂଚନା ଦିଆଯିବ। ଏଥିପାଇଁ ଏକ ବୁକ୍‌ଲେଟ ପ୍ରସ୍ତୁତ କରାଯାଇ ସେମାନଙ୍କ ସହ ଭାବଗତ ଐତିହ୍ୟ ସ୍ଥାପନ କରାଯିବ। ସମସ୍ତ ଜଗନ୍ନାଥ ମନ୍ଦିରକୁ ଗୋଟିଏ ଢାଞ୍ଚାରେ ଆଣିବା ପାଇଁ ଚେଷ୍ଟା କରାଯାଉଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଯେଭଳି ସେବାପୂଜା, ନୀତିକାନ୍ତି କରାଯାଉଛି ସମସ୍ତ ଜଗନ୍ନାଥ ମନ୍ଦିର ନୀତି ନିୟମ ସେଭଳି ଅନୁପାଳନ କରିବା ନେଇ ବିସ୍ତୃତ ଆଲୋଚନା ହେବ। ଠାକୁରଙ୍କ ପାଖରେ କେତେ ପ୍ରକାରର ଭୋଗ ଲାଗେ, କେଉଁ ଭଳି ସେବାପୂଜା କରାଯାଏ ଏବଂ କ’ଣ ସବୁ ନିୟମ ରହିଛି ସେନେଇ ସମସ୍ତ ଜଗନ୍ନାଥ ମନ୍ଦିରକୁ ସଚେତନ କରାଯିବ। ସମସ୍ତ ଜଗନ୍ନାଥ ମନ୍ଦିରର ଯେଭଳି ଏକତା ରହିବ ଏବଂ ମହାପ୍ରଭୁଙ୍କ ପ୍ରଚାର ପ୍ରସାର ହୋଇପାରିବ ସେନେଇ ଖୁବଶୀଘ୍ର ପଦକ୍ଷେପ ନିଆଯିବ। ସେହିପରି ଗତ ୨୦୧୨ରେ ହୋଇଥିବା ପଞ୍ଚରାତ୍ର କାର୍ଯ୍ୟକ୍ରମ ପୁନର୍ବାର କିଭଳି ଅନୁଷ୍ଠିତ ହୋଇପାରିବ ସେନେଇ ମଧ୍ୟ ଆଲୋଚନା ହେବ। ତେବେ ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଲୋକାର୍ପଣ ଉତ୍ସବ ପରେ ପରବର୍ତ୍ତୀ ବୈଠକରେ ଆଲୋଚନା କରାଯାଇ ସମସ୍ତ ନିଷ୍ପତ୍ତ ନିଆଯିବ ବୋଲି ମଠ ମହନ୍ତ ଓ ଗବେଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri