ରାଜ୍ୟରେ ନିଷେଧ ହେଲା ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଜୁଲାଇ ୧ରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯାଇଛି। ରାଜ୍ୟରେ ଏହା ଲାଗୁ ହୋଇଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ ଇତ୍ୟାଦି ଉପରେ ସମ୍ପୂର୍ଣ୍ଣ କଟକଣା ରହିବ। ପ୍ଲାଷ୍ଟିକ ଚାମଚ, କପ୍‌, ପ୍ଲେଟ୍‌, ଗ୍ଲାସ୍‌, ଥାଳିଆ, ପାଣି ପାଉଚ, ପ୍ଲାଷ୍ଟିକ ପତାକା, ଛୁରି, ଷ୍ଟ୍ର, ନିମନ୍ତ୍ରଣ ପତ୍ର, ୧୦୦ ମାଇକ୍ରନରୁ କମ୍‌ ମୋଟେଇ ପିଭିସି ବ୍ୟାନର, ମିଠା ପ୍ୟାକେଟ ଆଦି ସାମଗ୍ରୀକୁ ନିଷେଧ କରାଯିବ। ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ନିଷେଧ ହୋଇଥିବା ସାମଗ୍ରୀକୁ ବ୍ୟବହାର କଲେ ୫୦୦ରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଘରେ କିମ୍ବା ବ୍ୟକ୍ତିଗତ ଭାବେ ବ୍ୟବହାର କରୁଥିଲେ ୫୦୦ ଟଙ୍କା
ଜରିମାନା ଦେବାକୁ ହେବ। ସେହିପରି ଯଦି କୌଣସି ସଂସ୍ଥାରୁ ନିଷେଧ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ମିିଳିବ ସମ୍ପୃକ୍ତ ସଂସ୍ଥାକୁ ୫ ହଜାର ଟଙ୍କା ଜରିମାନା ଦେବାକୁ ହେବ। ସ୍ଥାନୀୟ ପୌର ସଂସ୍ଥା କିମ୍ବା ପଞ୍ଚାୟତ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ ଜରିଆରେ ଏଭଳି ଜରିମାନା ଆଦାୟ କରାଯିବ। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୨୦୧୮ ଅକ୍ଟୋବର ୨ରୁ ୫ ମହାନଗର ନିଗମ(ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର)ରେ ପଲିଥିନ ଉପରେ କଟକଣା ଜାରି କରିଥିଲେ। ୨୦୧୯ ଅକ୍ଟୋବର ୨ରୁ ସମସ୍ତ ସହରାଞ୍ଚଳରେ ଏହାକୁ ନିଷେଧ କରାଯାଇଛି। ମାତ୍ର ଧରପଗଡ଼ ନ ଥିବାରୁ ସହରାଞ୍ଚଳଗୁଡ଼ିକରେ ଅବାଧରେ ପଲିଥିନ ଓ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ବହୁଳ ମାତ୍ରାରେ ବଢ଼ିଚାଲିଛି। ବିଡ଼ମ୍ବନା ଯେ ପୌର ସଂସ୍ଥା କର୍ତ୍ତୃପକ୍ଷ କିମ୍ବା ଏସ୍‌ପିସିବି କଟକଣା ଉପରେ ନଜର ଦେଉ ନ ଥିବାରୁ ୩ ବର୍ଷ ପରେ ମଧ୍ୟ ସହରାଞ୍ଚଳରେ ପଲିଥିନ ଭରା ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri