୨୦୮୨ କୋଟିର ୧୧ ପ୍ରକଳ୍ପକୁ ସିିଙ୍ଗଲଓ୍ବିଣ୍ଡୋର ଅନୁମୋଦନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପର୍ଯ୍ୟଟନ, ଡାଉନ୍‌ଷ୍ଟ୍ରିମ ଷ୍ଟିଲ୍‌ ଇତ୍ୟାଦି କ୍ଷେତ୍ରରେ ହେବାକୁ ଥିବା ୨୦୮୨.୧୭ କୋଟି ଟଙ୍କାର ୧୧ ପ୍ରକଳ୍ପକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହି ଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୩୬୧୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ଉକ୍ତ ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ନାଲ୍‌କୋ କୋରାପୁଟ ଜିଲାରେ ୭୩୨ କୋଟି ଟଙ୍କା ପୁଞ୍ଜନିବେଶରେ ଆଲୁମିନିୟମ ପ୍ରକଳ୍ପ ସ୍ଥାପନ କରିବ। ଏଥିରେ ୨୨୯ ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି କୋଣାର୍କ ଇସ୍ପାତ ଝାରସୁଗୁଡ଼ାଠାରେ ୩୭୯ କୋଟି ଟଙ୍କା ବ୍ୟୟରେ ଏକ ଇସ୍ପାତ କାରଖାନା ସ୍ଥାପନ କରିବ। ଏଥିରେ ୧୧୫୬ ଜଣଙ୍କୁ ନିଯୁକ୍ତି ମିଳିବା ବେଳେ ଏଏସ୍‌ଏଲ୍‌ ଏଣ୍ଟରପ୍ରାଇଜର୍ସ ଲିମିଟେଡ ଯାଜପୁର ଜିଲା କଳିଙ୍ଗନଗରଠାରେ ୧୬୭ କୋଟି ଟଙ୍କା ପୁଞ୍ଜିନିବେଶରେ ୫ଲକ୍ଷ ନିୟୁତ ଟନ୍‌ର ରେବାର ମିଲ୍‌ ସ୍ଥାପନ କରିବ । ଏଥିରେ ୫୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ପିଏସ୍‌ପିଏଲ୍‌ ପ୍ରୋସେସର୍ସ ଲିମିଟେଡ ଯାଜପୁର ଜିଲାର କଳିଙ୍ଗନଗରଠାରେ ୧୫୦ କୋଟି ଟଙ୍କା ବିନିଯୋଗରେ ଡାଉନ୍‌ଷ୍ଟ୍ରିମ ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୩୧୦ ଜଣଙ୍କୁ ନିଯୁକ୍ତି ମିଳିପାରିବ। ଖେତାନ ଭିନିୟୋଗ ଲିମିଟେଡ ଯାଜପୁର ଜିଲାର କଳିଙ୍ଗନଗରଠାରେ ଏକ ଡାଉନ୍‌ଷ୍ଟ୍ରିମ ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୨୩୮ ଜଣଙ୍କୁ ନିଯୁକ୍ତି ମିଳିପାରିବ। ଖୋର୍ଦ୍ଧା ଇନ୍‌ଫୋସିଟି ଶିଳ୍ପାଞ୍ଚଳରେ ସିଟିଆରଏଲ୍‌ଏସ୍‌ ଡାଟାସେଣ୍ଟର ଲିମିଟେଡ ୧୫୨.୨୫ କୋଟି ଟଙ୍କା ବ୍ୟୟରେ ଆଇଟି ଆଣ୍ଡ ଇଏସ୍‌ଡିଏମ୍‌ ସ୍ଥାପନ କରିବ। ଏଥିରେ ୧୧୦ ଜଣଙ୍କୁ ନିଯୁକ୍ତି ମିଳିପାରିବ। ସୁନ୍ଦରଗଡ଼ ଶିଳ୍ପାଞ୍ଚଳରେ ଆଇଏଫ୍‌ଜିଏଲ ରେଫ୍ରାକ୍ଟୋରିଜ ଲିମିଟେଡ ପକ୍ଷରୁ ୬୬.୨୭ କୋଟି ଟଙ୍କା ବ୍ୟୟରେ ୧୪, ୭୦୦ ମେଟ୍ରିକ ଟନ୍‌ର ମନୋଲିଥିକ୍ସ ଆଣ୍ଡ ସ୍ଥାଇଡ ଗେଷ୍ଟ ଫାସିଲିଟି କରାଯିବ। ଏଥିରେ ୪୧୦ ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି ଓଡିଆନା ଇକୋ ରିସର୍ଟ ପ୍ରାଇଭେଟ ଲିମିଟେଡ ୧୨୮ କୋଟି ଟଙ୍କା ବ୍ୟୟରେ ପୁରୀ ମେରାଇନ ଡ୍ରାଇଭରେ ଲକ୍‌ ହୋଟେଲ କମ୍‌ ରିସର୍ଟ ନିର୍ମାଣ କରିବ। ଏଥିରେ ୨୬୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ପୁରୀ ଜିଲା କୋଣାର୍କଠାରେ ଲାଇଫ୍‌ଲାଇନ ମଲ୍ଟିଭେଞ୍ଚର୍ସ ପକ୍ଷରୁ ୧୦୦ କୋଟି ଟଙ୍କା ବ୍ୟୟରେ ଏକ ହୋଟେଲ ନିର୍ମାଣ କରାଯିବ। ଏଥିରେ ୨୬୬ ଜଣଙ୍କୁ ନିଯୁକ୍ତି ସୁଯୋଗ ମିିଳିପାରିବ। ଖୋର୍ଦ୍ଧାଠାରେ ହୋଟେଲ ସୁଖମାୟ ପ୍ରାଇଭେଟ ଲିମିଟେଡ ପକ୍ଷରୁ ୮୮.୦୯ କୋଟି ଟଙ୍କା ବ୍ୟୟରେ ଏକ ହୋଟେଲ ନିର୍ମାଣ ହେବ। ଏଥିରେ ୬୦ ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି ଆସପେନ ଲେକ ସଲ୍ଟସ ଖୋର୍ଦ୍ଧା ଜିଲା ବରକୁଳଠାରେ ୬୯.୨୩ କୋଟି ଟଙ୍କା ବ୍ୟୟରେ ଏକ ୫ ତାରକା ରିସର୍ଟ ନିର୍ମାଣ କରିବ। ଏଥିରେ ୬୦ ଜଣଙ୍କୁ ନିଯୁକ୍ତି ମିଳିପାରିବ। ଅନୁମୋଦିତ ପ୍ରକଳ୍ପଗୁଡ଼ିକ କିପରି ଶୀଘ୍ର କାର୍ଯ୍ୟକ୍ଷମ ହେବ ସେ ନେଇ ଇପିକଲ ଓ ବିଭିନ୍ନ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳ, ଇସ୍ପାତ ଓ ଖଣି ସଚିବ ଦେଓରଞ୍ଜନ କୁମାର ସିଂ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ ଅଶୋକ କୁମାର ମୀନା, ଇପିକଲ ଏମ୍‌ଡି ଭୂପେନ୍ଦ୍ର ସିଂ ପୁନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?