Posted inଖେଳ

ସିନରଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ମେଲବୋର୍ନ, ୨୯ା୧ (ଏପି): ଜାନିକ ସିନର ଅଷ୍ଟ୍ରେଲିଆନ ଓପନ ଟେନିସ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଏହା ହେଉଛି ତାଙ୍କ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ। ଇଟାଲୀର ପ୍ରଥମ ଖେଳାଳି ହିସାବରେ ଅଷ୍ଟ୍ରେଲିଆନ ଓପନ ଜିତିବାର ସେ ଗୌରବ ଅର୍ଜନ କରିଛନ୍ତି। ୨୨ବର୍ଷୀୟ ସିନର ରବିବାର ଫାଇନାଲରେ ଡାନିଲ୍‌ ମେଡଭେଡେଭଙ୍କୁ ୩-୬, ୩-୬, ୬-୪, ୬-୪, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ଇଟାଲୀର ଏହି ଯୁବ ଟେନିସ ଖେଳାଳି ଅଷ୍ଟ୍ରେଲିଆନ ଓପନରେ ପ୍ରାଧାନ୍ୟବିସ୍ତାର କରି ଆସୁଥିବା ନୋଭାକ ଜୋକୋଭିଚ୍‌ଙ୍କୁ ପରାସ୍ତ କରି ବିପର୍ଯ୍ୟୟ ସୃଷ୍ଟି କରିବା ସହ ପ୍ରଥମ ଥର ଏକ ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଥିଲେ। ଅନ୍ୟପକ୍ଷରେ ମେଡଭେଡେଭ ଏପର୍ଯ୍ୟନ୍ତ ଖେଳିସାରିଥିବା ୬ ଗ୍ରାଣ୍ଡସ୍ଲାମ ଫାଇନାଲ ମଧ୍ୟରେ ଏହା ହେଉଛି ୫ମ ପରାଜୟ। ଅନ୍ୟପକ୍ଷରେ ଟୁର୍ନାମେଣ୍ଟରେ ତାଙ୍କର ଚତୁର୍ଥ ୫ ସେଟ୍‌ ବିଶିଷ୍ଟ ମ୍ୟାଚ ଖେଳି ଏକ ରେକର୍ଡ ପ୍ରତିଷ୍ଠା କରିଛନ୍ତି ତୃତୀୟ ସିଡ୍‌ ମେଡ୍‌ଭେଡେଭ। ଓପନ ଯୁଗରେ ଏକ ଗ୍ରାଣ୍ଡସ୍ଲାମ କୋର୍ଟରେ ସବୁଠାରୁ ଅଧିକ ସମୟ ଧରି ଖେଳିବାରେ ସେ ଅଲ୍‌କାରାଜଙ୍କ ୨୩:୪୦ (୨୦୨୨ ୟୁଏସ୍‌ ଓପନ)ଙ୍କ ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। ମେଡ୍‌ଭେଡେଭ ୨୦୨୧ରେ ଜୋକୋଭିଚ୍‌ଙ୍କଠାରୁ ପଛକୁ ପଛ ଫାଇନାଲରେ ପରାଜିତ ହୋଇଥିଲେ। ଏହାର ପର ବର୍ଷ ସେ ଦୁଇ ସେଟ୍‌ ଅଗ୍ରଣୀ ଥାଇ ମଧ୍ୟ ରାଫାଲ ନାଡାଲଙ୍କଠାରୁ ପରାଜିତ ହୋଇଥିଲେ। ଏଥର ଚାମ୍ପିୟନଶିପ୍‌ ମ୍ୟାଚରେ ପହଞ୍ଚତ୍ବା ପୂର୍ବରୁ ସେ ତିନୋଟି ୫ ସେଟ୍‌ ବିଶିଷ୍ଟ ମ୍ୟାଚ ଜିତିଥିଲେ। ଦୁଇଥର ସେ ଦୁଇ ସେଟ୍‌ରେ ପଛୁଆ ଥାଇ ମଧ୍ୟ ପ୍ରତ୍ୟାବର୍ତ୍ତନ କରିବାରେ ସଫଳ ହୋଇଥିଲେ।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?